ଆମ ‘ବସଷ୍ଟାଣ୍ଡ’ ଯୋଜନା: ୧୩ଟି ଜିଲ୍ଲାରେ ୨୦ଟି ନୂଆ ବସ୍ ଷ୍ଟାଣ୍ଡର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଆମ ବସ୍ ଷ୍ଟାଣ୍ଡ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ୧୩ଟି ଜିଲ୍ଲାରେ ୨୦ଟି ନୂଆ ବସ୍ ଷ୍ଟାଣ୍ଡର କଲେ ଉଦଘାଟନ । ଭର୍ଚୁଆଲରେ ବିଭିନ୍ନ ଅଞ୍ଚଳର ନୂତନ ବସଷ୍ଟାଣ୍ଡର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ୱର (କେନ୍ୟୁଜ): ଆମ ବସ୍ ଷ୍ଟାଣ୍ଡ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ୧୩ଟି ଜିଲ୍ଲାରେ ୨୦ଟି ନୂଆ ବସ୍ ଷ୍ଟାଣ୍ଡର କଲେ ଉଦଘାଟନ । ଭର୍ଚୁଆଲରେ ବିଭିନ୍ନ ଅଞ୍ଚଳର ନୂତନ ବସଷ୍ଟାଣ୍ଡର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଗ୍ରାମାଞ୍ଚଳର ରାସ୍ତା, ବସଷ୍ଟାଣ୍ଡର ଉନ୍ନତିକରଣ, ଲକ୍ଷ୍ମୀ ଯୋଜନାରେ ବସ୍ ଚଳାଚଳ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିଛି ବୋଲି ବିଭିନ୍ନ ଅଞ୍ଚଳର ଲୋକ କହିଛନ୍ତି । ପୂର୍ବରୁ ଗତ ଅଗଷ୍ଟ ମାସରେ ୨୧ଟି ନୂଆ ବସଷ୍ଟାଣ୍ଡ ଲୋକାର୍ପଣ କରିଥିଲେ ମୁଖ୍ଯମନ୍ତ୍ରୀ । ଏବେ ଆଉ ୨୦ଟି ବସଷ୍ଟାଣ୍ଡର ଲୋକାର୍ପଣ ହେଉଛି ।

ଅତ୍ୟନ୍ତ ଆଧୁନିକ ଓ ସ୍ମାର୍ଟ ବସଷ୍ଟାଣ୍ଡ ରୂପେ ଏହାକୁ ନିର୍ମାଣ କରାଯାଇଛି । ଏଥିରେ ଯାତ୍ରୀ, ଡ୍ରାଇଭର ତଥା ସମସ୍ତ ସହକାରୀ କର୍ମଚାରୀ ମାନଙ୍କ ପାଇଁ ସସସ୍ତ ପ୍ରକାର ସୁବିଧା ରହିଛି। ଏ ସମସ୍ତ ବସଷ୍ଟାଣ୍ଡ ଦ୍ବାରା କୋଟିଏରୁ ଅଧିକ ଲୋକ ଉପକୃତ ହେବେ। ଲୋକଙ୍କୁ ଉନ୍ନତମାନର ପରିବହନ ସେବା ଯୋଗାଇ ଦେବା ପାଇଁ ରାଜ୍ଯ ସରକାର ଆମ ବସଷ୍ଟାଣ୍ଡ ଯୋଜନା ମାଧ୍ଯମରେ ଅତ୍ଯାଧୁନିକ ବସଷ୍ଟାଣ୍ଡ ନିର୍ମାଣ କରୁଛନ୍ତି।