ରାଜ୍ୟ

ଅପରେସନ୍ ଅଜୟ: ଇସ୍ରାଏଲରୁ ଫେରିଲେ ୨୧୨ ଭାରତୀୟ, ସେମାନଙ୍କ ମଧ୍ୟରେ ରହିଛନ୍ତି ୭ ଓଡ଼ିଆ

(କେନ୍ୟୁଜ);  ହମାସ୍ ଓ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ୬ ଦିନରେ ପହଂଚିଛି । ଗାଜା ଉପରେ ଘନ ଘନ ବିମାନ ଆକ୍ରମଣ କରୁଛି ଇସ୍ରାଏଲ । ସେପଟେ ଇସ୍ରାଏଲ ସହର ଉପରେ ରକେଟ ମାଡ଼ କରୁଛି ହମାସ୍ । ଲେବାନନ ଓ ସିରିଆ ପଟୁ ମଧ୍ୟ ରକେଟ ମାଡ଼ ହୋଇଛି । ଏସବୁ ସ୍ଥିତି ଭିତରେ ଇସ୍ରାଏଲରେ ଥିବା ଭାରତୀୟଙ୍କ ସୁରକ୍ଷା ନେଇ ଚିନ୍ତା ପ୍ରକାଶ ପାଇଛି । ଗତକାଲିରୁ ଆରମ୍ଭ ହୋଇଥିବା ‘ଅପରେସନ ଅଜୟ’ ସକାଳ ୬ଟାରେ ୨୧୨ ଜଣ ଭାରତୀୟଙ୍କୁ ନେଇ ବିମାନ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି । ଭାରତୀୟଙ୍କ ମଧ୍ୟରେ ଫସି ରହିଥିବା ୭ ଜଣ ଓଡ଼ିଆ ସୁରକ୍ଷିତ ଭାବରେ କିପରି ନିଜ ପରିବାର ପାଖରେ ପହଞ୍ଚି ପାରିବେ ସେ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ RCଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଗତକାଲି ରାତିରେ ବିମାନଟି ତେଲ ଅଭିଭ ଛାଡ଼ିଥିଲା । ଉଦ୍ଧାର ପାଇଁ ପରବର୍ତ୍ତୀ ବିମାନ କେବେ ଇସ୍ରାଏଲ ଯିବ ସେ ନେଇ ପରବର୍ତ୍ତୀ ସମୟରେ ସୂଚନା ଦିଆଯିବ ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରାଳୟର ମୁଖପାତ୍ର ଅରିନ୍ଦମ ବାଗଚୀ ସୂଚନା ଦେଇଛନ୍ତି। ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଗତକାଲି ଏକ ଉଚ୍ଚସ୍ତରୀୟ ବୈଠକରେ ଅପରେସନ ଅଜୟର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ମଧ୍ୟ ଇସ୍ରାଏଲ ଓ ରମଲ୍ଲାରେ ଥିବା ଦୂତାବାସ ସହ ସମ୍ପର୍କ ରଖାଯାଇଛି। ଇସ୍ରାଏଲରେ ରହୁଛନ୍ତି ପ୍ରାୟ ୧୮ ହଜାର ଭାରତୀୟ ରହୁଛନ୍ତି। ତେଣୁ ସେମାନଙ୍କୁ ଭାରତୀୟ ଦୂତାବାସରେ ପଞ୍ଜିକରଣ କରାଇବାକୁ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଅନୁରୋଧ କରାଯାଇଛି।

Barsha

Recent Posts

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

53 seconds ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

12 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

40 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

59 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago