Below header

କିସ୍ ଓ କିଟ୍ ରେ ବିଶିଷ୍ଟ ଜନନାୟକ ପ୍ରଦ୍ୟୁମ୍ନ କିଶୋର ବଳଙ୍କ ୨୨ତମ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର(କେନ୍ୟୁଜ୍‌) : କିସ୍ ଓ କିଟ୍ ରେ ବିଶିଷ୍ଟ ଜନନାୟକ, ସାମ୍ବାଦିକ ଓ ସମାଜସେବୀ ପ୍ରଦ୍ୟୁମ୍ନ କିଶୋର ବଳଙ୍କ ୨୨ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ଆଜି ପୂର୍ବାହ୍ନରେ କିସ୍ ପରିସରରେ ସ୍ୱର୍ଗତ ବଳଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇ ତାଙ୍କର ସ୍ମୃତିଚାରଣ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ କିଟ୍ ଓ କିସ୍ ସମ୍ପାଦକ ଆର.ଏନ୍ ଦାଶ, କିସ୍ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଦୀପକ କୁମାର ବେହେରା, କିସ୍ ର ମହାନିର୍ଦ୍ଦେଶକ ଡ. କାହ୍ନ ଚରଣ ମହାଲି, କିସ୍ର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ. ପ୍ରଶାନ୍ତ କୁମାର ରାଉତରାୟ ଓ ଉପମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ପାତ୍ର ପ୍ରମୁଖ ସ୍ୱର୍ଗତ ବଳଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରି ତାଙ୍କର ବହୁମୁଖୀ ପ୍ରତିଭା ଉପରେ ଆଲୋକପାତ କରିଥିଲେ ।

late p.bal.jpg-

ସେହିପରି କିମ୍ସ ପରିସରରେ ଥିବା ପ୍ରଦ୍ୟୁମ୍ନ ବଳଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । କାର୍ଯ୍ୟକ୍ରମରେ କିମ୍ସର ବରିଷ୍ଠ ପଦାଧିକାରୀ ଓ ଡାକ୍ତରମାନେ ଉପସ୍ଥିତ ରହି ସ୍ୱର୍ଗତ ପ୍ରଦ୍ୟୁମ୍ନ ବଳଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.