ରାଜ୍ୟ

ଭୁବନେଶ୍ୱର ଏମ୍‌ସରେ ବିରଳ ଗଳା କର୍କଟ ଅପରେସନ, ୨୫ ବର୍ଷର ଯୁବତୀଙ୍କୁ ମିଳିଲା ନୂଆ ଜୀବନ

କେନ୍ୟୁଜ୍(ବ୍ୟୁରୋ):  ଭୁବନେଶ୍ୱର ଏମ୍‌ସରେ ବିରଳ ଗଳା କର୍କଟ ଅପରେସନ। ଦୀର୍ଘ ୧୪ ଘଣ୍ଟା ଧରି ଚାଲିଥିବା ଅପରେସନ ସଫଳ ହେବା ସହ ଜଣେ ଯୁବତୀଙ୍କ ଜୀବନ ରକ୍ଷା କରାଯାଇପାରିଛି। ଜଗତସିଂହପୁର ଜିଲ୍ଲାର ୨୫ ବର୍ଷ ବୟସ୍କା ଜଣେ ଯୁବତୀ ପ୍ରାୟ ଏକ ବର୍ଷରୁ ଅଧିକ ସମୟ ଧରି ବିରଳ ଗଳା କର୍କଟ ରୋଗରେ ପୀଡ଼ିତ ଥିଲେ। ଭୁବନେଶ୍ୱର ଏମ୍‌ସକୁ ଆସିବା ପୂର୍ବରୁ ଯୁବତୀ ଜଣଙ୍କ ରାଜ୍ୟର ବିଭିନ୍ନ ହସ୍ପିଟାଲକୁ ଏହାର ଚିକିତ୍ସା ପାଇଁ ଯାଇଥିଲେ। କିନ୍ତୁ କୌଣସି ସୁଫଳ ମିଳିନଥିଲା।

ବାକ୍‌ଯନ୍ତ୍ର ଏବଂ ଖାଦ୍ୟନଳୀର ସଂଯୋଗସ୍ଥଳରେ ହୋଇଥିବା ଏହି ଟ୍ୟୁମର ଫଳରେ ଯୁବତୀଜଣଙ୍କ ଶ୍ଵାସକ୍ରିୟା ଏବଂ କଥା କହିବାରେ ଭୀଷଣ ସମସ୍ୟାର ସମ୍ମୁଖୀନ ହେଉଥିଲେ। ତେବେ ବିକିରଣ ଏବଂ କେମୋ ପ୍ରତିରୋଧୀ ଏହି ବିରଳ କର୍କଟରୁ ଉପଶମ ଦେବା ତଥା ତାଙ୍କର ଜୀବନ ରକ୍ଷା କରିବାକୁ ଏମ୍‌ସ ଭୁବନେଶ୍ୱରର ଇଏନ୍‌ଟି ଓ ଗ୍ୟାଷ୍ଟ୍ରୋସର୍ଜରୀ ବିଭାଗର ଯୁବ ଡାକ୍ତରମାନଙ୍କୁ ନେଇ ଗଠିତ ଏକ ଦଶଜଣିଆ ଡାକ୍ତରୀ ଦଳ ପ୍ରାୟ ୧୪ ଘଣ୍ଟା ଧରି ଏହି ଅସ୍ତ୍ରୋପଚାର କରିଥିଲେ।

ଇଏନ୍‌ଟି ବିଭାଗର ବିଶେଷଜ୍ଞ ଡାକ୍ତର ବାକଯନ୍ତ୍ର, ଶ୍ଵାସନଳୀ ଓ ଖାଦ୍ୟନଳୀର ଉପର ଭାଗ ଏବଂ ଥାଇରଏଡ୍‌ ଗ୍ରନ୍ଥିର କିଛି ଅଂଶ ଅସ୍ତ୍ରୋପଚାର ଦ୍ୱାରା ବାହାର କରିଥିଲେ। ସେହିପରି ଗ୍ୟାଷ୍ଟ୍ରୋସର୍ଜରୀ ବିଶେଷଜ୍ଞ ବୃହଦନ୍ତ୍ରର ଏକ ଅଂଶକୁ କାଟି ବାହାର କରିବା ସହିତ ହୃତପିଣ୍ଡ ନିକଟରେ ଏକ କୃତ୍ରିମ ଟନେଲ୍‌ ସୃଷ୍ଟି କରି ଜିଭର ମୂଳ ସହିତ ପାକସ୍ଥଳୀକୁ ସଂଯୋଗ କରିଥିଲେ। ଏହି ପ୍ରକ୍ରିୟା ଦ୍ଵାରା ଯୁବତୀଙ୍କର ଏକ ନୂତନ ଖାଦ୍ୟନଳୀ ସୃଷ୍ଟି କରାଯାଇପାରିଛି। ଏହି ଜଟିଳ ଏବଂ ବିରଳ କର୍କଟ ରୋଗର ଅସ୍ତ୍ରୋପଚାର ପରେ ରୋଗୀଙ୍କୁ ଆଇସିୟୁରେ ରଖାଯାଇଥିଲା। ଅସ୍ତ୍ରୋପଚାରର ଦୁଇ ମାସ ପରେ ଯୁବତୀଜଣଙ୍କ ବର୍ତ୍ତମାନ ସୁସ୍ଥ ଅନୁଭବ କରିବା ସହିତ ସ୍ୱାଭାବିକ ଭାବେ ଶ୍ୱାସକ୍ରିୟା ସମ୍ପାଦନ କରିବା ଏବଂ ଖାଦ୍ୟ ଗ୍ରହଣ କରୁଛନ୍ତି।

 

KNews Bureau

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

3 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

14 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

27 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

30 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

50 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago