ରାଜ୍ୟରେ ପୁଣି ୨୬ କରୋନା ଆକ୍ରାନ୍ତ ଚିହ୍ନଟ, ସମସ୍ତେ କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ୍‌ର

ମାହାଙ୍ଗା(କେନ୍ୟୁଜ୍): ରାଜ୍ୟରେ  ପୁଣି ୨୬ କରୋନା ଆକ୍ରାନ୍ତ ଚିହ୍ନଟ।  କଟକ ଜିଲ୍ଲା ସାଲେପୁର ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ବ୍ଲକ୍‌ରୁ ଏକାଥରକେ ଏତେ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ  ୨୨ କ୍ୱାରେଣ୍ଟିନ୍ ସେଣ୍ଟର, ୪ ହୋମ୍ କ୍ୱାରେଣ୍ଟିନରେ ଥିଲେ। ଏନେଇ ବିଡିଓ କର୍ଣ୍ଣଦେବ ସମାଦ୍ଦାରଙ୍କ ସୂଚନା ଦେଇଛନ୍ତି।

କଟକରେ ସମୁଦାୟ ୨୪୫ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୪ ଜଣ ସୁସ୍ଥ ହୋଇଛନ୍ତି। ଜଣଙ୍କର ମୃତ୍ୟୁ ହୋଇଛି। ଆହୁରି ୧୨୦ ଆକ୍ଟିଭ କେଶ ରହିଛି। ଏମାନେ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ସେପଟେ ଆଜି ରାଜ୍ୟରେ ୧୧୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା
୩୪୯୮ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛନ୍ତି ସୂଚନା ଓ ଲୋକସମ୍ପର୍କ ବିଭାଗ । ଏମଧ୍ୟରୁ ୧୦୭ ଜଣ କ୍ଵାରେଣ୍ଟିଂନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.