ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ୨୬ ଜଣ ବିଧାୟକ ଯିବେ ଦିଲ୍ଲୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜଣାଇବେ ଅଭିନନ୍ଦନ

ଭୁବନେଶ୍ୱର(କେନ୍ୟୁଜ୍): ଦିଲ୍ଲୀ ଯିବେ ୨୬ ବିଧାୟକ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଓଡ଼ିଶା ବିଧାନସଭା ପକ୍ଷରୁ ଅଭିନନ୍ଦନ ଜଣାଇବାକୁ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ୨୬ ଜଣ ବିଧାୟକ ଦିଲ୍ଲୀ ଗସ୍ତରେ ଯିବେ । ୨ ତାରିଖରେ ସେମାନେ ଦିଲ୍ଲୀରେ ପହଞ୍ଚିବେ ।

୩ ତାରିଖରେ ରାଷ୍ଟ୍ରପତିଙ୍କୁ ଭେଟି ୪ ତାରିଖରେ ଭୁବନେଶ୍ୱର ଫେରି ଆସିବାର କାର୍ଯ୍ୟକ୍ରମ ରହିଛି । ଉପବାଚସ୍ପତି ରଜନୀକାନ୍ତ ସିଂ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପ୍ରମିଳା ମଲ୍ଲିକ, ପ୍ରତାପ ଦେବ ଦିଲ୍ଲୀ ଯିବେ । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ମଧ୍ୟ ଦିଲ୍ଲୀ ଗସ୍ତ କରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.