ରାଜ୍ଯରେ ଆଜି ୨୬୩ କରୋନା ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୧୮୫୦କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଜି ୨୬୩ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୧୫୧, ଏବଂ ଲୋକାଲ୍ କେସରୁ ୧୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ହଜାର ୫୪୨କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୨୨ ହଜାର ୬୪୮। ଆକ୍ଟିଭ କେସ୍‌ ରହିଛି ୨ ହଜାର ୯୯୧।

ଅନ୍ଯପଟେ ଆଜି ରାଜ୍ଯରେ ଗଲା ୪ ଜଣ କରୋନା ସଂକ୍ରମିତଙ୍କ ଜୀବନ। ଏମାନଙ୍କ ଭିତରେ ଭୁବନେଶ୍ବର,ଖୋର୍ଦ୍ଧା, କଳାହାଣ୍ଡି ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ଜୀବନ ଯାଇଛି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୮୫୦କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.