Below header

ରାଜଧାନୀ ଭୁବନେଶ୍ବରରୁ ଆଜି ୨୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ,୩୧୩ ଜଣ ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ):  ରାଜଧାନୀ ଭୁବନେଶ୍ବରରୁ ଆଜି ୨୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନରୁ ୬୮ ଜଣ ଥିବାବେଳେ ୨୦୩ ସ୍ଥାନୀୟ ସଂକ୍ରମଣରୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ବାରେଣ୍ଟାଇନ ୬୮ ଜଣ ଆକ୍ରାନ୍ତ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଷରେ ଆସିଥିବାର ସୂଚନା ଦେଇଛି ବିଏମସି। ସେହିଭଳି ୩୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଆଜିର ୨୭୧ଟି ନୂଆ ମାମଲାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତ ସଂଖ୍ୟା  ୨୫,୭୩୫ ଛୁଇଁଛି । ଏହା ମଧ୍ୟରୁ ସକ୍ରିୟ ଆକ୍ରାନ୍ତ ସଂଖ୍ୟା  ୩,୩୮୫ ରହିଛି ।  ସେହିପରି  ଆଜି  ୩୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଦୁଇଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହିତ ଭୁବନେଶ୍ବରରେ ମୋଟ ସୁସ୍ଥସଂଖ୍ୟା ୨୨,୨୧୦ ରେ ପହଞ୍ଚିଥିବାବେଳେ  ମୃତ୍ୟୁସଂଖ୍ୟା  ୧୧୯ ଛୁଇଁଛି  ବୋଲି ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.