ରାଜ୍ୟ

ଅଙ୍ଗନବାଡି କେନ୍ଦ୍ରକୁ ଉନ୍ନୀତ ହେଲା ରାଜ୍ୟର ୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର

କେନ୍ୟୁଜ୍(ବ୍ୟୁରୋ): ଅଙ୍ଗନବାଡି କେନ୍ଦ୍ରକୁ ଉନ୍ନୀତ ହେଲା ରାଜ୍ୟର ୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର। ରାଜ୍ୟର ୨୮୩୬ ମିନି ଅଙ୍ଗନବାଡିକୁ ଅପ୍‌ଗ୍ରେଡ କରାଯାଇ ଅଙ୍ଗନବାଡି କେନ୍ଦ୍ରରେ ରାଜ୍ୟ ସରକାର ପରିଣତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏଥିପାଇଁ ବାର୍ଷିକ ଅତିରିକ୍ତ ୧୮ କୋଟି ୭୫ଲକ୍ଷ ଟଙ୍କା ବହନ କରିବେ ରାଜ୍ୟ ସରକାର। ରାଜ୍ୟରେ ବର୍ତ୍ତମାନ ୭୪ହଜାର ୧୫୪ଟି ଅଙ୍ଗନବାଡି କେନ୍ଦ୍ର ମଧ୍ୟରୁ ୧୦ହଜାର ୪୧୬ଟି ମିନି ଅଙ୍ଗନବାଡି ରହିଥିଲା।

ଏହା ମଧ୍ୟରୁ ୨ହଜାର ୮୩୬ ମିନି ଅଙ୍ଗନବାଡି କେନ୍ଦ୍ରକୁ ଏବେ ଅଙ୍ଗନବାଡି କେନ୍ଦ୍ରରେ ପରିଣତ କରାଯାଇଛି। ଏହି ଅଙ୍ଗନବାଡି କେନ୍ଦ୍ର ଗୁଡିକର ବିଭିନ୍ନ କାର୍ଯ୍ୟ ପରିଚାଳନା ପାଇଁ ଯଥା ଔଷଧ, ଆସବାବପତ୍ର ଓ ପ୍ରଶାସନିକ ଖର୍ଚ୍ଚ ତୁଲାଇବା ପାଇଁ ଅଧିକ ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯିବ। ଏଥିପାଇଁ ସାରା ରାଜ୍ୟରେ ୧୧୪ଟି ସୁପର ଭାଇଜର ପଦବୀ ସୃଷ୍ଟି କରାଯାଇଛି। ଏହି ଅପଗ୍ରେଡେସନ ସହିତ ପ୍ରତ୍ୟେକ ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀଙ୍କୁ ସହାୟତା କରିବା ପାଇଁ ଜଣେ ଜଣେ ଅଙ୍ଗନବାଡି ସହାୟକ ନିଯୁକ୍ତ କରାଯିବ।.

KNews Bureau

Recent Posts

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

5 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

14 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

14 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

32 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

32 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

36 mins ago