ରାଜ୍ୟ

ଆଜି ରଜ ସଂକ୍ରାନ୍ତି, ଘରେ ଘରେ ଜମିଛି ବନ୍ଧୁବାନ୍ଧବଙ୍କ ଭିଡ଼

ଭୁବନେଶ୍ୱର (କେନ୍ୟୁଜ): ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ । ଆଜି ରଜ ସଂକ୍ରାନ୍ତି। । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ ।

ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି ।

ଏଥିପାଇଁ ଆଜି ବି ଉତ୍ସବମୁଖର ଗାଁଠୁ ସହର । ଅଳତା, କୁଙ୍କୁମ, ମେହେନ୍ଦି ଲଗାଇ ସଜେଇ ହୋଇ ଦୋଳି ଖେଳୁଛନ୍ତି ଝିଅ ବୋହୂ । ରଜ ସଜବାଜ ହୋଇ ନୂଆ ଡ୍ରେସ୍‌ ପିନ୍ଧି ଗାଁ ବୁଲୁଛନ୍ତି। ଘରେ ଘରେ ପିଠାପଣାର ମହକ । ପୋଡପିଠା, ଚକୁଳି, ଇଡଲି, ଛୁଞ୍ଚିପତ୍ର, ଆରାସିି, କାକରା ଭଳିକି ଭଳି ପିଠାପଣା ପ୍ରସ୍ତୁତ ହୋଇ ରହିଛି। ଜମିଛି ତାସ୍‌, ଲୁଡୁ ଏବଂ ଚେସ୍‌ ଖେଳର ଆସର। ପ୍ରସ୍ତୁତ ହୋଇ ରହିଛି ରଜ ପାନ। ଘରେ ଘରେ ଜମିଛି ବନ୍ଧୁବାନ୍ଧବଙ୍କ ଭିଡ଼ । ରଜ ଓଡ଼ିଶାର ଏକ ପାରମ୍ପରିକ କୃଷି ଭିତ୍ତିକ ପର୍ବ ।

 

Barsha

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

26 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

27 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago