ଖସୁଛି ପାରଦ, ୧୦ ଡିଗ୍ରୀ ତଳେ ରାଜ୍ୟର ୩ଟି ସହର

କେନ୍ୟୁଜ୍(ବ୍ୟୁରୋ):  ଖସୁଛି ପାରଦ, ବଢୁଛି ଶୀତ। ସର୍ବନିମ୍ନ ତାପମାତ୍ରା ସହ ସୋନପୁର ସବୁଠୁ ଥଣ୍ଡା ସହର ପାଲଟିଛି। ସୋନପୁରର ତାପମାତ୍ରା ୯.୪ ଡିଗ୍ରୀ ସେଲସିୟସ ରହିଥିବା ବେଳେ ଦାରିଙ୍ଗିବାଡ଼ିରେ ୯.୫ ଡିଗ୍ରୀ ଓ ଫୁଲବାଣୀରେ ୧୦ ଡିଗ୍ରୀ ରେକର୍ଡ ହୋଇଛି। ୧୦ ଡିଗ୍ରୀ ତଳେ ରାଜ୍ୟର ୩ଟି ସହର ରହିଥିବା ବେଳେ ୧୧ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିିଛି। ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଥିବା ବେଳେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ।

୧୧ ଓ ୧୨ ତାରିଖରେ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ପୂର୍ବନୁମାନ କରିଛି ପାଣିପାଗ ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୫ଡିଗ୍ରୀ କମ ରହିଛି। ତେବେ ଦୁଇଦିନ ପରେ କେତେକ ସ୍ଥାନରେ ଆକାଶ ଆଂଶିକ ମେଘୁଆ ରହିବା ସମ୍ଭାବନା ଥିବାରୁ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ହେବ ବୋଲି କୁହାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.