ଶ୍ରୀମନ୍ଦିରରେ ଆଜିଠୁ ଦେବ ଦୀପାବଳି, ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ଦେବେ ମହାପ୍ରଭୁ

ଶ୍ରୀମନ୍ଦିରରେ ଆଜିଠୁ ଦେବ ଦୀପାବଳି। ତିନି ଦିନ ଧରି ଚାଲିବ ଏହି ନୀତି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ମଧ୍ୟ କରିଥାନ୍ତି । ଚତୁର୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି ।

ପୁରୀ(କେନ୍ୟୁଜ୍):ଶ୍ରୀମନ୍ଦିରରେ ଆଜିଠୁ ଦେବ ଦୀପାବଳି। ତିନି ଦିନ ଧରି ଚାଲିବ ଏହି ନୀତି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ମଧ୍ୟ କରିଥାନ୍ତି । ଚତୁର୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି ।

ଆଜି ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେଇଥାନ୍ତି । ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ୟେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦିଆଯିବ।

ତୃତୀୟ ଦିନ ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ ଦେବାର ପରମ୍ପରା ରହିଛି | ଏହିଦିନ ମାନଙ୍କରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷ ଉଦେଶ୍ୟରେ ଶ୍ରାଦ୍ଧ ତର୍ପଣ ଆଦି କରିବା ସହ ଆଜି ମହାଦୀପ ମଧ୍ୟ ପ୍ରଜ୍ବଳିତ ହୋଇଥାଏ ।

ତେଣୁ ଏହାକୁ ଦେବଦୀପାବଳି କୁହାଯାଏ। ସଂଧ୍ୟା ଧୂପ ପରେ ପୁଷ୍ପାଳକ ସେବାୟତ ମାନେ ମହାପ୍ରଭୁଙ୍କୁ ଶ୍ରାଦ୍ଧ ଵେଶରେ ନାଗପୁରୀ ଶାଢୀ ଚାଦରରେ ଭୂଷିତ କରାଇଥାନ୍ତି। ଏହି ବେଶରେ ଶ୍ରୀବିଗ୍ରହମାନେ ଧଳାବସ୍ତ୍ର ପରିଧାନ କରିଥାନ୍ତି । ଦର୍ଶନ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.