Below header

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ମୃତ, ୨ ଗୁରୁତର

କେନ୍ୟୁଜ (ବ୍ୟୁରୋ): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ମୃତ, ୨ ଗୁରୁତର। ସୁବର୍ଣ୍ଣପୁର-ବଲାଙ୍ଗିର ଜାତୀୟ ରାଜପଥର ତରେଇକେଲା ବୁଲାଣୀରେ ଘଟିଛି ଦୁର୍ଘଟଣା। ଦ୍ରୁତ ଗତିରେ ଆସୁଥିବା ସ୍ୱିଫ୍‌ଟ ଓ ବଲୋରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ୨ଜଣ ଗୁରୁତରଙ୍କୁ ପ୍ରାଥମିକ ଚିକିତ୍ସା ପାଇଁ ତରଭା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମାମଲା ରୁଜୁ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.