ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩ ମୃତ; ୪ ଗୁରୁତର

କୋରାପୁଟ ଜିଲ୍ଲା ଜୟପୁର ସଦର ଥାନା ଅନ୍ତର୍ଗତ ଗାଗନାପୁର ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

ଜୟପୁର (କେନ୍ୟୁଜ): ଯାତ୍ରା ଦେଖି ଫେରିବା ହେଲା କାଳ ।  ବାଇକ ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ । ଏଥିରେ ୪ଜଣଙ୍କ ଅବସ୍ଥା ଗୁରୁତର ରହିଛି । କୋରାପୁଟ ଜିଲ୍ଲା ଜୟପୁର ସଦର ଥାନା ଅନ୍ତର୍ଗତ ଗାଗନାପୁର ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଆହତମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକମାନେ ଧନପୂର୍ ଓ ସାନପିଣ୍ଡାପଦର୍ ଅଞ୍ଚଳର ବୋଲି ଜଣାଯାଇଛି ।

ସୂଚନା ଅନୁସାରେ ବିଳମ୍ବିତ ରାତିରେ ଯାତ୍ରା ଦେଖି ଫେରିବା ବେଳେ ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣା ସ୍ଥଳରେ ଦୁଇଟି ବାଇକ୍ ଥିବା ଯୁବକମାନେ ଛିଟିକି ତଳେ ପଡ଼ିଯାଇଥିଲେ । ଫଳରେ ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି ।  ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା । ଏହାସହ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.