ନିୟନ୍ତ୍ରଣ ହରାଇ ଦୁର୍ଘଟଣାଗ୍ରସ୍ତ ବୋଲେରୋ, ୩ ଯାତ୍ରୀ ଗୁରୁତର

ଯାଜପୁର(କେନ୍ଯୁଜ୍): ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ଏକ ବୋଲେରୋ
ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ । ଫଳରେ ଏଥିରେ ଥିବା ୩ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ସୁଚନା ଅନୁଯାୟୀ, ଭୋର ସମୟରେ ବୋଲେରୋଟି ଭାରସାମ୍ୟ ହରାଇ ରାସ୍ତା କଡ ଏକ ଖାଲରେ ଖସି ପଡିଥିଲା । ଏହି ଦୁର୍ଘଟଣାରେ ଡ୍ରାଇଭର ସାମାନ୍ୟ
ଆହତ ହୋଇଥିବା ବେଳେ ଗାଡିରେ ବସିଥିବା ୩ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଘଟଣାସ୍ଥଳରେ ସେମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.