ସଡ଼କ ଦୁର୍ଘଟଣାରେ ୩ ମୃତ, ୫ ଆହତ

ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଜୋଡେଙ୍ଗା ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା ।

ରାଇଘର : ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଜୋଡେଙ୍ଗା ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ଟ୍ରକ ରାଇଘରରୁ ଛତିଶଗଡ ପଟକୁ ଯାଇଥିଲା ସମୟରେ ଛତିଶଗଡ ବୋରେଇ ଗ୍ରାମରୁ କିଛି ଲୋକ ରାଇଘର ନିକଟସ୍ଥ ଧୋଡ୍ରା ପାରାକୁ ସେମାନଙ୍କ ଜଣେ ସମ୍ପର୍କିୟ ଘରକୁ ଦଶାହ କାର୍ଯ୍ୟରେ ଯୋଗ ଦେବାକୁ ଆସୁଥିଲେ ।

ଏହି ସମୟରେ ଯୋଡ଼ିଙ୍ଗା ନିକଟରେ ଅଟକୁ ସାମନା ପଟୁ ପିଟିଥିଲା ଟ୍ରକ । ଫଳରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଛି । ଏଥିରେ ଦୁଇ ମହିଳା ଓ ଜଣେ ପୁରୁଷ ରହିଛନ୍ତି । ଜଣେ ଦୁଇବର୍ଷର ଶିଶୁ ସହ ୫ ଜଣ ଗୁରୁତର ହୋଇଛନ୍ତି । ମୃତକମାନଙ୍କୁ ଯୋଡିଙ୍ଗା ସ୍ୱାସ୍ଥ୍ୟକେନ୍ଦ୍ରରେ ରଖାଯାଇଛି । ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ରାଇଘର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.