ରାଜ୍ୟ

ଟିକଟିକ୍‌ ନେଲା ଜୀବନ : ଦେବୀ ନଦୀ କୂଳରେ ଟିକଟିକ୍‌ କରୁଥିବା ବେଳେ ପାଣିରେ ବୁଡ଼ି ଜଣେ ମୃତ, ୨ ଗୁରୁତର

ଜଗତସିଂହପୁର : ପୁଣି ଟିକଟିକ୍‌ ନେଲା ଜୀବନ । ଟିକ୍‌ଟକ୍‌ ଭିଡିଓ ବନାଇବା ବେଳେ ନଦୀରେ ବୁଡ଼ି ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ୨ ଜଣ ଗୁରୁତର ହୋଇଛନ୍ତି । ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ମାଛଗାଁରେ ଘଟିଛି ଏଭଳି ଅଘଟଣ ।

ମଙ୍ଗପୁର ଠାରେ ଥିବା ଦେବୀ ନଦୀ କୂଳରେ ଟିକଟିକ୍‌ କରୁଥିବା ବେଳେ ନଦୀରେ ୩ ନାବାଳିକା ବୁଡ଼ି ଯାଇଥିଲେ । ପାଖରେ ଥିବା କିଛି ଲୋକ ଦେଖିବା ପରେ ସେମାନଙ୍କୁ ଉଦ୍ଧାର କରିଥିଲେ । ସମସ୍ତଙ୍କୁ ଜଗତସିଂହପୁର ମୁଖ୍ୟ ଚିକତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।

ତେବେ ଡାକ୍ତର ସେଠାରେ ଜଣଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ୨ଜଣଙ୍କର ଚିକିତ୍ସା ଆରମ୍ଭ କରିଥିଲେ । ପରେ ୨ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ପୋଲିସର ଘଟଣାର ତଦନ୍ତ ଚଳାଇଛି ।

KNews Bureau

Recent Posts

ଆଜିର ରାଶିଫଳ : ରାଶି ଅନୁସାରେ ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ନିଜକୁ ଶକ୍ତିବାନ୍‌ ଅନୁଭବ କରିବେ । ପାରିବାରିକ ସୁଖ, ଶାନ୍ତି ରହିବ । ସମ୍ପତ୍ତି ବିବାଦରେ ବିଜୟ…

2 mins ago

ନିଜ ସ୍ଥାନ ବଜାୟ ରଖିଛନ୍ତି ତିନି ମନ୍ତ୍ରୀ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): ମୋଦି ସରକାରର ନିଜ ସ୍ଥାନ ବଜାୟ ରଖିଛନ୍ତି ଓଡ଼ିଶାର ତିନି ମନ୍ତ୍ରୀ । ଅପରିବର୍ତ୍ତିତ ରହିଛି ଧର୍ମେନ୍ଦ୍ର ପ୍ରଧାନ,…

3 hours ago

କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅବଦାନ ଅତୁଳନୀୟ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅନେକ ଅବଦାନ ରହିଛି । କେଵଳ କନ୍ଧମାଳ କାହିଁକି ଭୁବନେଶ୍ୱରର ମର୍ଯ୍ୟାଦା…

3 hours ago

ଚୋରା ଚାଲାଣ ବେଳେ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ସହ ଦୁଇ ମାଫିଆ ଗିରଫ

ଲମତାପୁଟ: ମାଛକୁଣ୍ଡ ପୋଲିସର ବଡ଼ ସଫଳତା । ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ମାଛକୁଣ୍ଡ ପୋଲିସ ।…

3 hours ago

ପାରିବାରିକ ବିବାଦ ନେଲା ଉଗ୍ରରୂପ, ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ

ବାସୁଦେବପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଘରେ ଲଗାଇଦେଲେ ନିଆଁ । ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ…

4 hours ago

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

4 hours ago