ଅପାରଗ ଓ ଅସାଧୂ ଅଫିସରଙ୍କ ବିରୋଧରେ କଠୋର ଆଭିମୁଖ୍ୟ, ୩ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର(କେନ୍ୟୁଜ) : ମଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ଆଜି ୩ ଜଣ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ଜଣେ RIଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି ଓଡ଼ିଶା ସରକାର । ସେହିପରି ୨ଜଣ ପୂର୍ବତନ ଅଧିକାରୀଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି ।

ବାଧ୍ୟତାମୂଳକ ଅବସର ଦିଆଯାଇଥିବା ୩ ଜଣଙ୍କ ମଧ୍ୟରୁ ସମ୍ବଲପୁର ମହାନଗର ନିଗମର କମ୍ୟୁନିଟି ଅର୍ଗାନାଇଜର ଲଳିତା କପୁରଙ୍କ ନାଁରେ ଦୁଇଟି ଦୁର୍ନୀତି ଅଭିଯୋଗ ରହିଛି । ବେଲପାହାଡ଼ ମ୍ୟୁନିସିପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଲୋକନାଥ ତିୱାରୀଙ୍କୁ ମଧ୍ୟ ଅପାରଗତା ଓ ଅସାଧୁତା ଯୋଗୁଁ ଦିଆଯାଇଛି ବାଧ୍ୟତାମୂଳକ ଅବସର ।

ସେହିପରି ଝାରସୁଗୁଡା ମ୍ୟୁନିସିପାଲିଟିର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନଙ୍କୁ ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ବାଧ୍ୟତାମୂଳକ କରାଯାଇଛି । ପୁରୀ ଜିଲ୍ଲା ବେତାଲ ଆର.ଆଇ ସର୍କଲର ରାଜସ୍ୱ ନିରୀକ୍ଷକ ମନୋଜ କୁମାର ପରିଡାଙ୍କୁ ଦୁର୍ବ୍ୟବହାର, ବିଶୃଙ୍ଖଳିତ ଆଚରଣ ଓ ଉଚ୍ଚ ପଦାଧିକାରୀଙ୍କ ନିର୍ଦ୍ଦେଶ ଅବମାନନା ଯୋଗୁ ଚାକିରୀରୁ ବହିଷ୍କୃତ କରାଯାଇଛି ।

ଏହି ଚାରିଜଣଙ୍କ ସମ୍ପର୍କରେ ମୋ ସରକାର feedbackରେ ଜନସାଧାରଣ ପ୍ରତିକୂଳ ମତାମତ ଦେଇଥିଲେ । ଏହାସହିତ ବଲାଙ୍ଗୀରର ପୂର୍ବତନ ଅତିରିକ୍ତ ଏସ୍.ପି ତଥା ହୋମଗାର୍ଡର ପୂର୍ବତନ ଡିଏସ୍ପି ଶ୍ରୀକାନ୍ତ ମିଶ୍ର ଓ ଗଞ୍ଜାମ ବେଲଗୁଣ୍ଠା ବ୍ଲକର ପୂର୍ବତନ ଏଏଫଓ ଏପିଲି ଉଦୟନାଥଙ୍କର ପେନସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି । ଏହାକୁ ମିଶାଇ ଏପର୍ଯ୍ୟନ୍ତ ୧୪୦ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.