ବିଜେବି ଛାତ୍ର ମାଡ଼ ଘଟଣା, ୩ ଛାତ୍ରଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର(କେନ୍ୟୁଜ୍‌) : ଭୁବନେଶ୍ୱର ବିଜେବି ହାୟର ସେକେଣ୍ଡାରୀ ସ୍କୁଲରେ ଛାତ୍ରଙ୍କୁ ମାଡ ମାରିବା ଘଟଣାରେ ୩ ଜଣ ଗିରଫ । ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ୩ ଜଣ ଛାତ୍ରଙ୍କୁ ଗିରଫ କରିଛି ବଡ଼ଗଡ଼ ଥାନା ପୋଲିସ । ଅଟକ ଜଣେ ନାବାଳକଙ୍କୁ ବାଳ ସୁଧାର ଗୃହକୁ ପଠାଯାଇଛି । ଅନ୍ୟପଟେ ଏହି ଘଟଣାରେ ଜାତୀୟ ମାନବାଧିକାର କମିଶନଙ୍କ ପାଖରେ ଅଭିଯୋଗ ହୋଇଛି । ଏନେଇ ଅଭିଯୋଗ କରିଛନ୍ତି ମାନବାଧିକାର କର୍ମୀ ରବୀନ୍ଦ୍ର ମିଶ୍ର । କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଅନୁରୋଧ କରିଛନ୍ତି ।

ସେ ଅଭିଯୋଗପତ୍ରରେ ଉଲ୍ଲେଖ କରିଛନ୍ତି, ପୂର୍ବରୁ ରାଗିଂ ଘଟଣାକୁ ନେଇ ରିପୋର୍ଟ ତଲବ କରିଛନ୍ତି ଏନ୍‌ଏଚ୍‌ଆରସି । ସେହିପରି ୟୁସିଜି ଗାଇଡଲାଇନ୍, ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ସତ୍ତ୍ୱେ କେହି ସତର୍କ ହେଉ ନାହାନ୍ତି । ରାଗିଂ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବା ସହ ମୁଖ୍ୟ ଶାସନ ସଚିବ, ଉଚ୍ଚ ଶିକ୍ଷା ସଚିବଙ୍କୁ ସବୁ କଲେଜରେ କଡ଼ା ନିୟମ ପାଳନ କରିବା ପାଇଁ ନିର୍ଦ୍ଦେଶ ଦେବାକୁ ଏନଏଚଆରସିଙ୍କୁ ଅନୁରୋଧ କରିଛନ୍ତି ମାନବାଧିକାର କର୍ମୀ ରବୀନ୍ଦ୍ର ମିଶ୍ର ।

ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଛାତ୍ରଙ୍କ ମାଡରେ ଲହୁଲୁହାଣ ହୋଇଥିଲେ ପ୍ରଥମ ବର୍ଷର ଛାତ୍ର । ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏନେଇ ବଡ଼ଗଡ଼ ଥାନାରେ ଏତଲା ଦେଇଥିଲେ ଉଭୟ ଛାତ୍ର ଓ ଛାତ୍ରୀଙ୍କ ପରିବାର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.