ରାଜ୍ୟ

ବିଲରେ କାମ କରୁଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ,ବଜ୍ରପାତରେ ଗଲା ୩ ମହିଳାଙ୍କ ପ୍ରାଣ

ଜଳେଶ୍ୱର : ବଜ୍ରପାତରେ ଗଲା ୩ମହିଳାଙ୍କ ପ୍ରାଣ। ବିଲରେ କାମ କରୁଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ। ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକରେ ଘଟିଛି ଅଘଟଣ। ମଥାନୀ ଗାଁରେ ବିଲରେ ଅପରାହ୍‌ଣରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି।

ସେହିପରି ସିଂଲା ଥାନା ଶାସନ ଗାଁରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ଜଳେଶ୍ୱର ଥାନାର ବରଡ଼ିହା ଗାଁରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ବସ୍ତା ଓ ଜଳେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅପରାହ୍‌ଣରେ ବାଲେଶ୍ୱର ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳ ଘଡ଼ଘଡ଼ି ଓ ବଜ୍ରପାତ ସହ ବର୍ଷା ହୋଇଛି।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କ ପାଇଁ ଦିନଟି ଅତ୍ୟନ୍ତ ଖୁସିରେ କଟିବ, ସାଙ୍ଗଙ୍କ ସହ ଭେଟ ହୋଇପରେ

ମେଷ : ଆପଣ ଆଜି କିଛି ଭଲ ଖବର ପାଇପାରନ୍ତି । ସାଙ୍ଗଙ୍କ ସହ ବହୁତ ଖୁସି ରହିବେ ।…

1 hour ago

ପରିବାର ଉପରେ ସଂଘବଦ୍ଧ ଆକ୍ରମଣ ଅଭିଯୋଗ, ୩ ଗୁରୁତର

 ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଭୁଇଁପୁର ଛକରେ ଜଣେ ଠିକାଦାରଙ୍କ ଭାଇ ସମେତ ତାଙ୍କର ପରିବାର…

3 hours ago

କାମଚଳା ବାଚସ୍ପତି ହେଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର : କାମଚଳା ବାଚସ୍ପତି ହେଲେ ବିଜେଡି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜଭବନରେ ଶପଥ ପାଠ…

3 hours ago

ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ, ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ ମହୋତ୍ସବରେ ସାମିଲ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ…

5 hours ago

ପୂର୍ବ ଶତ୍ରୁତାରୁ ଆକ୍ରମଣ ଘଟଣା, ଥାନା ଅଧିକାରୀଙ୍କ ବିରୋଧରେ ଏସ୍‌ପିଙ୍କ ନିକଟରେ ଫେରାଦ ହେଲା ନାବାଳକ ପୁଅ

ନୟାଗଡ଼ (କେନ୍ୟୁଜ୍‌) : ଜମି ବାଡ଼ି ବିବାଦ କୁ ନେଇ ମାଡ଼ପିଟ l ଗୋଟିଏ ପରିବାରର ୪ ଜଣ ଗୁରୁତର…

5 hours ago

ଜବତ ବୋମାକୁ ନିଷ୍କ୍ରିୟ କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲେ ?

କଟକ: ଜବତ ବୋମା ନିଷ୍କ୍ରିୟ କଲା ବେଳେ ଫୁଟିଲା ବୋମା । ବୋମା ଫୁଟିବା ଶଦ୍ଦ ଏତେ ଜୋରରେ ଥିଲା…

6 hours ago