ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ଯାତ୍ରୀବାହୀ ବସ, 30 ଯାତ୍ରୀ ଆହତ 

ଗଞ୍ଜାମ(କେନ୍ୟୁଜ୍): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ଛକ ନିକଟରେ ଥିବା ପେଟ୍ରୋଲ ପମ୍ପ ନିକଟରେ କାମାକ୍ଷୀ ନାମକ ଏକ ଘରୋଇ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେବା ପରେ ରାସ୍ତା କଡ଼କୁ ଓଲଟିଲା । ବସରେ ଥିବା 30ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ପୁରୁଷୋତ୍ତମପୁର ଥାନା ପୋଲିସ ଓ ପୁରୁଷୋତ୍ତମପୁର ତହସିଲଦାର ପହଞ୍ଚି ଆହାତଙ୍କୁ ଉଦ୍ଧାର କରିବା ସହ ପୁରୁଷୋତ୍ତମପୁର ମେଡିକାଲକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରିଛନ୍ତି । ଯାତ୍ରୀବାହୀ ବସଟି ପୁରୁଷୋତ୍ତମପୁରରୁ –ବ୍ରହ୍ମପୁର ଅଭିମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣା ହୋଇଛି ।