ଆଜି  ୩୧୨୦ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ, ସର୍ବାଧିକ କଟକରୁ ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ):  ଆଶ୍ବସ୍ତିକର ଖବର, ରାଜ୍ୟରେ ଦିନକୁ ଦିନ ସୁସ୍ଥ ହେଉଛନ୍ତି ଅଧିକ ଆକ୍ରାନ୍ତ। ଆଜି  ୩୧୨୦ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୫୯୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ ଜରିଆରେ ସୂଚନା ଦିଆଯାଇଛି  ଆଜିର ସୁସ୍ଥଙ୍କୁ ମିଶାଇ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯ ହଜାର ୬୩୯ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ଆଜି ୫୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବାଲେଶ୍ୱରରୁ ୨୫୨, ଯାଜପୁରରୁ ୨୦୪, ମୟୂରଭଂଜରୁ ୧୯୩, ପୁରୀରୁ ୧୭୯, ଭଦ୍ରକରୁ ୧୪୪, ନୟାଗଡ଼ରୁ ୧୦୪, ଜଗତସିଂହପୁରରୁ ୮୭, କୋରାପୁଟରୁ ୭୭ ଓ କେନ୍ଦ୍ରାପଡ଼ାରୁ ୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ମାଲକାନଗିରି ଜିଲ୍ଲାରୁ ୬୪, ଅନୁଗୁଳରୁ ୬୧, ଢେଙ୍କାନାଳରୁ ୫୮, ସୁନ୍ଦରଗଡ଼ରୁ ୫୩, ରାୟଗଡ଼ାରୁ ୫୧, କେନ୍ଦୁଝରରୁ ୫୦, କନ୍ଧମାଳରୁ ୩୭, ବରଗଡ଼ରୁ ୩୪, ନବରଂଗପୁରରୁ ୩୩, ବଲାଙ୍ଗୀରରୁ ୨୫, ସମ୍ବଲପୁରରୁ ୧୮, କଳାହାଣ୍ଡିରୁ ୧୬, ସୁବର୍ଣ୍ଣପୁରରୁ ୧୪, ଗଂଜାମ ଏବଂ ଜଗତସିଂହପୁରରୁ ୧୦ ଜଣ ଲେଖାଏଁ, ବୌଦ୍ଧରୁ ୯, ନୂଆପଡ଼ାରୁ ୮, ଦେବଗଡ଼ରୁ ୭, ଗଜପତିରୁ ୬ ଏବଂ ରାଜ୍ୟପୁଲରୁ ୯୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.