ଚଳିତଥର +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହେବନି ୩୩% ପାସ ନିୟମ, ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ବର : ଏବର୍ଷ ଲାଗୁ ହେବନି +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ୩୩ ପ୍ରତିଶତ ପାସ୍ ନିୟମ । ଚଳିତ ବର୍ଷ ଛାତ୍ରଛାତ୍ରୀ ପ୍ରସ୍ତୁତ ହୋଇନପାରିଲେ ଚିନ୍ତା କରାଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ତେବେ ଆସନ୍ତା ବର୍ଷରୁ ନିୟମ ଲାଗୁ ପାଇଁ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଯୁକ୍ତ ଦୁଇରେ ପରୀକ୍ଷା ସଂସ୍କାର ପାଇଁ ଦ୍ୱିତୀୟ ବର୍ଷକୁ ଯିବା ଲାଗି ୩୩ ପ୍ରତିଶତ ମାର୍କ ରଖିବା ବାଧ୍ୟତାମୂଳକ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ସବୁ ଯୁକ୍ତ ଦୁଇ କଲେଜରେ ଫେବୃୟାରୀ ୧୫ରୁ ୨୯ ଯାଏ ଯୁକ୍ତ ଦୁଇର ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ପରୀକ୍ଷା ହେବ । ତେବେ ଏହାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.