କେନ୍ୟୁଜ୍(ବ୍ୟୁରୋ): ବଦଳିଲା ନିଷ୍ପତ୍ତି । ଏବର୍ଷ ଯୁକ୍ତ ଦୁଇ ପ୍ରଥମ ବର୍ଷ ପରୀକ୍ଷାରେ ଲାଗୁ ହେବ ନାହିଁ ୩୩ ପ୍ରତିଶତ ପାସ୍ ନିୟମ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି । ଆସନ୍ତା ଶିକ୍ଷାବର୍ଷରୁ ନୂଆ ନିୟମ ଲାଗୁ ପାଇଁ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି । ଯୁକ୍ତ ଦୁଇରେ ପରୀକ୍ଷା ସଂସ୍କାର ପାଇଁ ଦ୍ୱିତୀୟ ବର୍ଷକୁ ଯିବା ଲାଗି ୩୩ ପ୍ରତିଶତ ମାର୍କ ରଖିବା ବାଧ୍ୟତାମୂଳକ । ସବୁ ଯୁକ୍ତ ଦୁଇ କଲେଜରେ ଫେବ୍ରୁଆରୀ ୧୫ରୁ ୨୯ ଯାଏ ଯୁକ୍ତ ଦୁଇର ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ପରୀକ୍ଷା ହେବ । ତେବେ ଏହାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ଏହାପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ବଦଳାଇଛି ।
ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…
ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…
ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…
ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…
ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…
ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…