ରାଜ୍ୟ

ଭୋଟ ଦେଉଛି ଓଡ଼ିଶା : ଦିନ ୧ଟା ସୁଦ୍ଧା ୩୫.୬୯ ପ୍ରତିଶତ ମତଦାନ

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ ଶାନ୍ତି ଶୃଙ୍ଖଳାର ସହ ଚାଲିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ।  ୬ଟି ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ଚାଲିଛି ମତଦାନ ।  ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ବର ଲୋକସଭା ଆସନ ଓ ୪୨ ବିଧାନସଭା ସିଟରେ ଭୋଟ ଗ୍ରହଣ ହେଉଛି । ଦି ନ ୧ଟା ସୁଦ୍ଧା ରାଜ୍ୟରେ ୩୫.୬୯ ପ୍ରତିଶତ ମତଦାନ ହୋଇଛି ।  ଭୁବନେଶ୍ବର ଲୋକସଭା ଆସନରେ ୩୩.୦୧ % , କଟକ ଲୋକସଭା ଆସନରେ ୩୪.୪୦ % , ଢେଙ୍କାନାଳ ଲୋକସଭା ଆସନରେ ୩୬ % , କେନ୍ଦୁଝର ଲୋକସଭା ଆସନରେ ୩୫.୬୩% ମତଦାନ ହୋଇଛି ।  ପୁରୀ ଲୋକସଭା ଆସନରେ ୩୭.୨୬% ଓ ସମ୍ବଲପୁର ଲୋକସଭା ଆସନରେ ୩୮.୧୩ % ଭୋଟିଂ ହୋଇଛି ।

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪ ସାଂସଦ ପ୍ରାର୍ଥୀ ଓ ୩୮୩ ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଜନତା ଜନାର୍ଦ୍ଦନ ।  ଏହି ପର୍ଯ୍ୟାୟରେ ରହଛି ବହୁ ଚର୍ଚ୍ଚିତ ଆସନ ଓ ଲଢୁଛନ୍ତି ବହୁ ଚର୍ଚ୍ଚିତ ଚେହେରା ।  ବହୁ ହେଭିୱେଟଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ ।  ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୯୪ ଲକ୍ଷ ୪୮ ହଜାର ଭୋଟର ମତଦାନ କରିବେ ।  ପୁରୁଷ ଭୋଟର ୪୮ଲକ୍ଷ ୩୦ହଜାର ଥିବା ବେଳେ ୪୬ ଲକ୍ଷ ୧୮ ହଜାର ମହିଳା ଭୋଟର ଅଛନ୍ତି । ୨୧ ପ୍ରତିଶତ ଯୁବ ଭୋଟର ।  ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୦ ହଜାର ୫୫୧ ବୁଥରେ ହେବ ମତଦାନ । ୨ହଜାର ମଡେଲ ବୁଥ ରହିଛି ।  ମତଦାନ ପ୍ରକ୍ରିୟାକୁ ସୁରୁଖୁରରେ ସମ୍ପାଦନ ପାଇଁ ୧୨୧ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

Barsha

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

18 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

26 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

43 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago