ଜନ୍ମନେଲେ ୩୫ ଘଡ଼ିଆଳ କୁମ୍ଭୀର, ସାତକୋଶିଆରେ ପ୍ରଜନନ ସଫଳ

ଅନୁଗୋଳ ଜିଲ୍ଲା ସାତକୋଶିଆରୁ ପୁଣି ଥରେ ଖୁସି ଖବର ଆସିଛି । ଘଡିଆଳ କୁମ୍ଭୀର ପାଇଁ ସାରା ଦେଶରେ ପରିଚିତ ସାତକୋଶିଆରେ କ୍ରମାଗତ ତୃତୀୟ ବର୍ଷ ପାଇଁ ଘଡ଼ିଆଳ ପ୍ରଜନନ ସଫଳ ହୋଇଛି । ଗୁରୁବାର ଅଣ୍ଡା ଫୁଟି ଘଡ଼ିଆଳ କୁମ୍ଭୀର ବାହାରିଛନ୍ତି ।

ଅନୁଗୋଳ ଜିଲ୍ଲା ସାତକୋଶିଆରୁ ପୁଣି ଥରେ ଖୁସି ଖବର ଆସିଛି । ଘଡିଆଳ କୁମ୍ଭୀର ପାଇଁ ସାରା ଦେଶରେ ପରିଚିତ ସାତକୋଶିଆରେ କ୍ରମାଗତ ତୃତୀୟ ବର୍ଷ ପାଇଁ ଘଡ଼ିଆଳ ପ୍ରଜନନ ସଫଳ ହୋଇଛି । ଗୁରୁବାର ଅଣ୍ଡା ଫୁଟି ଘଡ଼ିଆଳ କୁମ୍ଭୀର ବାହାରିଛନ୍ତି ।

ମା’ କୁମ୍ଭୀର ସହ ଛୁଆ ଗୁଡିକ ଖେଳୁଥିବାର ଫଟୋ ବନ ବିଭାଗର କ୍ୟାମେରାରେ କଏଦ କରିଛି । ସାତକୋଶିଆ ଗଣ୍ଡର ବଳଦମରା ନିକଟରେ ୩୦ରୁ ୩୫ ଘଡ଼ିଆଳ ଛୁଆ ବାହାରିଥିବା ସାତକୋଶିଆ ଡିଏଫଓ ସରୋଜ କୁମାର ପଣ୍ଡା ସୂଚନା ଦେଇଛନ୍ତି ।

ପ୍ରକାଶ ଯେ, ବିଲୁପ୍ତପ୍ରାୟ ଘଡ଼ିଆଳ କୁମ୍ଭୀର ୨୦୨୧ ମସିହାରୁ ସଫଳତାର ସହ ଅଣ୍ଡା ଫୁଟେଇ ଆସୁଛି । ଦୀର୍ଘ ୪୦ବର୍ଷ ପରେ ପ୍ରଥମେ ୨୦୨୧ ମସିହାରେ ୩୮ ଛୁଆ ଦେଇଥିଲା । ଗତବର୍ଷ ବି ୨୮ ଅଣ୍ଡା ଫୁଟିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.