ରାଜ୍ୟରେ ଆଜି ୩୫୮ କରୋନା ପଜିଟିଭ୍‌ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଜି ୩୫୮ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୨୦୮, ଏବଂ ଲୋକାଲ୍ କେସରୁ ୧୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୫୦୫ କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୨୦ ହଜାର ୫୮୪। ଆକ୍ଟିଭ କେସ୍ ରହିଛି ୩ ହଜାର ୦୩୯।

ଅନ୍ଯପଟେ, ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏମାନଙ୍କ ଭିତରୁ ଭୁବନେଶ୍ୱରରୁ ଜଣେ, ଜଗତସିଂହପୁରରୁ ଜଣେ, କେନ୍ଦ୍ରପଡାରୁ ଜଣେ ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି ପାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.