ରାଜ୍ୟ

ପୋଲିସ ଉପରେ ଆକ୍ରମଣ ; ୩୮ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ମୟୂରଭଞ୍ଜ (କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଲପାଳ ଗାଁରେ ପୋଲିସ ଉପରେ ଆକ୍ରମଣ ଘଟଣାରେ ୩୮ ଜଣ ଗିରଫ । ସେମାନଙ୍କ ମଧ୍ୟରେ ୨୨ ଜଣ ମହିଳା ଅଛନ୍ତି । ତେବେ ମୁଖ୍ୟ ଅଭିଯୁକ୍ତ ଏ ପର୍ଯ୍ୟନ୍ତ ଫେରାର ଥିବା ଜଣାପଡିଛି । ଗତ ୨୯ ତାରିଖରେ ଜମିଜମା ଗଣ୍ଡଗୋଳ ଯୋଗୁଁ ରାସ୍ତା ଅବରୋଧ କରିଥିଲେ ଗାଁ ଲୋକ । ସନ୍ଧ୍ୟାରେ ପୋଲିସ ପହଞ୍ଚି ଆଲୋଚନା କରିବା ବେଳେ ପୋଲିସ ଉପରେ ଅତିର୍କିତ ଆକ୍ରମଣ କରିଥିଲେ ଗାଁ ଲୋକ ।

ଆକ୍ରମଣରେ ବେତନଟୀ ଏସଡିପିଓ ସୁଦର୍ଶନ ଦାସଙ୍କ ସମେତ ବଡ଼ସାହି ଥାନା ଅଧିକାରୀ ଓ ଜଣେ ଏସ୍ଆଇ ଗୁରୁତର ଆହତ ହୋଇଥିଲେ। ଆହତଙ୍କୁ ପ୍ରଥମେ ବଡସାହି ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ପରେ ବାରିପଦା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । ଏହି ଘଟଣା ପରେ ଗାଁରେ ସିଆରପିଏଫ ମୁତୟନ କରାଯାଇଥିଲା । ଘଟଣାରେ ସଂପୃକ୍ତ ଥିବା ସନ୍ଦେହରେ ଗତକାଲି୪୧ ଜଣ ଗ୍ରାମବାସୀଙ୍କୁ ଅଟକ ରଖିଥିଲା ପୋଲିସ । ଆଜି ତଦନ୍ତ ପରେ ଆଇନକୁ ହାତକୁ ନେଇଥିବା ୩୮ ଜଣ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି ପୋଲିସ ।

Sasmita

Recent Posts

କେରଳ ନୁହେଁ ଏବେ ‘କେରଳମ୍‌’…ବଦଳିପାରେ ରାଜ୍ୟର ନାଁ, ବିଧାନସଭାରେ ପାରିତ ହେଲା ପ୍ରସ୍ତାବ

ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍‌ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…

16 mins ago

ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…

17 mins ago

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

21 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…

23 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

28 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

36 mins ago