Below header

ଆଜି ରାଜ୍ୟରେ ୩୮୬ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ବର: ରାଜ୍ଯରେ ଆଜି ୩୮୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୨୨୩ ଏବଂ ଲୋକାଲ୍ କେସରୁ ୧୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୨୨ ହଜାର ୨୯୯ କୁ ବୃଦ୍ଧି ପାଇଛି।
ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୧୬ ହଜାର ୯୭୦। ଆକ୍ଟିଭ କେସ୍ ରହିଛି ୩ ହଜାର ୪୮୭।

ଅନ୍ଯପଟେ, ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏମାନଙ୍କ ଭିତରୁ ଭୁବନେଶ୍ୱରରୁ ୨, ପୁରୀରୁ ୨ଜଣ ଏବଂ ସମ୍ବଲପୁରରୁ ଜଣଙ୍କର ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୭୮୯କୁ ବୃଦ୍ଧି ପାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.