Below header

ହାଇକୋର୍ଟରେ ଅନୁଷ୍ଠିତ ହେଲା ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ, ୯୭ଟି ମାମଲାର ଆପୋଷ ବୁଝାମଣାରେ ହେଲା ଫଏସଲା

ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣର ମୁଖ୍ୟ ପୃଷ୍ଠପୋଷକ ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର, ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଡକ୍ଟର ଜଷ୍ଟିସ ବିଦ୍ୟୁତ ରଂଜନ ଷଡଙ୍ଗୀ ଓ ହାଇକୋର୍ଟ ଆଇନସେବା କମିଟି ଅଧ୍ୟକ୍ଷ ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କ ମାର୍ଗଦର୍ଶନରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା।

କଟକ(କେନ୍ୟୁଜ୍): ଓଡିଶା ହାଇକୋର୍ଟରେ ଶନିବାର ଦିନ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏହି ଲୋକ ଅଦାଲତରେ ୯୭ଟି ମାମଲାର ଆପୋଷ ବୁଝାମଣାରେ ଫଏସଲା କରାଯାଇଛି। ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣର ମୁଖ୍ୟ ପୃଷ୍ଠପୋଷକ ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର, ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଡକ୍ଟର ଜଷ୍ଟିସ ବିଦ୍ୟୁତ ରଂଜନ ଷଡଙ୍ଗୀ ଓ ହାଇକୋର୍ଟ ଆଇନସେବା କମିଟି ଅଧ୍ୟକ୍ଷ ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କ ମାର୍ଗଦର୍ଶନରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା। ଜଷ୍ଟିସ୍ ସଙ୍ଗମ କୁମାର ସାହୁ, ଡକ୍ଟର ଜଷ୍ଟିସ ସଂଜୀବ କୁମାର ପାଣିଗ୍ରାହୀ, ଜଷ୍ଟିସ ମୃଗାଙ୍କଶେଖର ସାହୁ, ଜଷ୍ଟିସ ଆର.କେ.ପଟ୍ଟନାୟକ, ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର, ଜଷ୍ଟିସ ବି.ପି.ଶତପଥୀ, ଜଷ୍ଟିସ ଏସ.କେ.ମିଶ୍ର ରାଷ୍ଟ୍ରୀୟ ଲୋକ ଅଦାଲତରେ ମାମଲା ଗୁଡିକର ଫଏସଲା କରିଥିଲେ।

ଲୋକ ଅଦାଲତରେ ବୀମା କ୍ଷତିପୂରଣ, ଏନ.ଆଇ.ଆକ୍ଟର ଧାରା ୧୩୮ ସଂପର୍କିତ ମାମଲା, ବିଦ୍ୟୁତ, ବ୍ୟାଙ୍କ ଋଣ, କ୍ରିମିନାଲ କମ୍ପାଉଣ୍ଡେବଲ, ଚାକିରି ସଂପର୍କିତ ମାମଲାର ଆପୋଷ ସମାଧାନ ହୋଇଥିଲା। ଏହି ଲୋକ ଅଦାଲତରେ ସାଧାରଣ ବୀମା କମ୍ପାନି ମଧ୍ୟରୁ ନ୍ୟାସନାଲ ଇନସ୍ୟୁରାନ୍ସ, ନ୍ୟୁ ଇଣ୍ତିଆ ଆସ୍ୟୁରାନ୍ସ, ଓରିଏଣ୍ଟାଲ ଇନସ୍ୟୁରାନ୍ସ, ୟୁନାଇଟେଡ୍‌ ଇଣ୍ତିଆ ଇନସ୍ୟୁରାନ୍ସ କମ୍ପାନି ଓ କେତେକ ଘରୋଇ ବୀମା କମ୍ପାନି ଅ˚ଶ ଗ୍ରହଣ କରିଥିଲେ। କ୍ଷତିପୂରଣ ବାବଦରେ ୪ କୋଟି ୭୬ ଲକ୍ଷ ୮୮ ହଜାର ୩୫୫ ଟଙ୍କା ପ୍ରଦାନ ପାଇଁ ଅନୁଷ୍ଠିତ ଲୋକ ଅଦାଲତରେ ନିର୍ଦ୍ଦେଶ ଦିଆଯାଇଛି ବୋଲି ସୂଚନା ମିଳିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.