ବଜ୍ରକାପ୍ତା କାତି ସହ ଚାରି ଦେଶୀ ବନ୍ଧୁକ ଜବତ

ଶିମିଳିପାଳରେ ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟଣା ପରେ ଚେତିଛି ବନ ବିଭାଗ । ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରିଥିବା ବେଳେ ସାମ୍ନାକୁ ଆସିଛି ଶିମିଳିପାଳରେ ଚାଲିଥିବା ଶିକାରର ସାଙ୍ଘାତିକ ସତ । କିଛି ଦିନ ପୂର୍ବେ ବଜ୍ରକାପ୍ତା ଖୋଳପା ବିକ୍ରି ନିମନ୍ତେ ଡ଼ିଲ ଚାଲିଥିବା ବେଳେ କପ୍ତିପଦା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ।

ଉଦଳା (କେନ୍ୟୁଜ୍): ଶିମିଳିପାଳରେ ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟଣା ପରେ ଚେତିଛି ବନ ବିଭାଗ । ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରିଥିବା ବେଳେ ସାମ୍ନାକୁ ଆସିଛି ଶିମିଳିପାଳରେ ଚାଲିଥିବା ଶିକାରର ସାଙ୍ଘାତିକ ସତ । କିଛି ଦିନ ପୂର୍ବେ ବଜ୍ରକାପ୍ତା ଖୋଳପା ବିକ୍ରି ନିମନ୍ତେ ଡ଼ିଲ ଚାଲିଥିବା ବେଳେ କପ୍ତିପଦା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ।

ଆଜି ପୁଣି ବନ ବିଭାଗ ଚଢ଼ାଉ କରି ବଜ୍ରକାପ୍ତା କାତି ସହିତ ଚାରି ଗୋଟି ଗୁଳି ଭର୍ତ୍ତି ଦେଶୀ ବନ୍ଧୁକ ଜବତ କରିଛି । ଏହା ସହିତ ୨ ଜଣ ଶିକାରୀଙ୍କୁ ଗିରଫ କରିଛି ବନ ବିଭାଗ । ଆଜି କପ୍ତିପଦା ରେଞ୍ଜ ବଡ଼ଖମଣ ଅଞ୍ଚଳରେ ଚଢ଼ାଉ କରିଥିବା ବେଳେ ୨ ଜଣଙ୍କ ଘରୁ ଚାରି ଗୋଟି ଦେଶୀ ବନ୍ଧୁକ, ୭ କିଲୋ ବଜ୍ରକାପ୍ତା କାତି, ଜଙ୍ଗଲୀ ମାଂସ, ଫାଶ, ବନ୍ୟଜନ୍ତୁର ଲାଞ୍ଜ ଜବତ କରିଛି ।ଗିରଫ ଶିକାରୀ ହେଲେ ମଙ୍ଗଲ ସିଂ ଏବଂ ଗାନସା ହୋ । ଗିରଫ ଶିକାରୀଙ୍କୁ ବନ ବିଭାଗ କାର୍ଯ୍ୟାଳୟରେ ଅଧିକ ପଚରାଉଚରା ଜାରି ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.