୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ପ୍ରଚଣ୍ଡ ରୌଦ୍ର ତାପରେ ଜଳୁଛି ସାରା ଓଡ଼ିଶା

ପ୍ରଚଣ୍ଡ ରୌଦ୍ର ତାପରେ ଜଳୁଛି ସାରା ଓଡ଼ିଶା। ଟକମକ ତାତିରେ ଫୁଟୁଛି ଗାଁଠୁ ସହର । କାଲିଠୁ ଆହୁରି ବଢ଼ିବ ତାତି । ଦିନର ତାପମାତ୍ରା ୪୫ ଡିଗ୍ରୀ ସେଲସିୟସ ଛୁଇଁବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଭୁବନେଶ୍ୱର(କେନ୍ୟୁଜ୍‌): ପ୍ରଚଣ୍ଡ ରୌଦ୍ର ତାପରେ ଜଳୁଛି ସାରା ଓଡ଼ିଶା । ଟକମକ ତାତିରେ ଫୁଟୁଛି ଗାଁଠୁ ସହର । କାଲିଠୁ ଆହୁରି ବଢ଼ିବ ତାତି । ଦିନର ତାପମାତ୍ରା ୪୫ ଡିଗ୍ରୀ ସେଲସିୟସ ଛୁଇଁବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବଢ଼ିବ । ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ କିମ୍ବା ତାଠାରୁ ଅଧିକ ରହିବ । ଆସନ୍ତାକାଲି ହିଟ ୱେଭରୁ ସିଭିୟର ହିଟୱେଭ ପାଇଁ ୪ଟି ଜିଲ୍ଲା ମୟୂରଭଞ୍ଜ, ନୂଆପଡ଼ା, ଗଜପତି, ନୟାଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ହିଟୱେଭ ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆସନ୍ତା ୨୧ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.