ଗଞ୍ଜାମ ଭୀମପୁର ଗାଁରେ ବୋମାମାଡ଼, ୪ ଆହତ

ବ୍ରହ୍ମପୁର(କେନ୍ଯୁଜ୍): ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ଭୀମପୁର ଗାଁରେ ବୋମାମାଡ଼। ଏହି ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ଆହତମାନେ ପାତ୍ରପୁର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ଖବର ପାଇ ଜରଡ଼ା ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି। ସାଇଣ୍ଟିଫିକ୍‌ ଟିମ୍‌ ଗାଁରେ ପହଞ୍ଚି ତଦନ୍ତ କରୁଛନ୍ତି।

ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ଦୀର୍ଘ ଦିନ ହେଲା ବିବାଦ ଲାଗି ରହିଛି। ଏହି କାରଣରୁ ବୋମାମାଡ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ବୋଲି ସୂଚନା ମିଳିଛି। ଗାଁରେ ପୋଲିସ ମୁତୟନ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.