ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ୪ ଓଡ଼ିଆ ଶ୍ରମିକ, ପାଇଲେ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଉତ୍ତରକାଶୀ ଟନେଲରୁ ଉଦ୍ଧାର ଶ୍ରମିକ। ଭୁବନେଶ୍ବର ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସହୃଦୟତା ପାଇଁ ଧନ୍ୟବାଦ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଉତ୍ତରକାଶୀ ଟନେଲରୁ ଉଦ୍ଧାର ଶ୍ରମିକ। ଭୁବନେଶ୍ବର ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସହୃଦୟତା ପାଇଁ ଧନ୍ୟବାଦ ଜଣାଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିବା ଶ୍ରମିକମାନେ ହେଲେ ମୟୂରଭଞ୍ଜର ରାଜୁ ନାୟକ, ଧିରେନ୍ ନାୟକ ଓ ବିଶେଶ୍ୱର ନାୟକ ଏବଂ ନବରଙ୍ଗପୁରର ଭଗବାନ ଭତ୍ରା। ସେମାନଙ୍କ ପରିବାର ଲୋକ ମଧ୍ୟ ଉପସ୍ଥିତ ଥିଲେ। ଓଡ଼ିଶା ଫେରିଆସିଥିବାରୁ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ନବୀନ।

ଏହି ଅବସରରେ ସେମାନେ ନିରାପଦରେ ଫେରିଆସିଥିବାରୁ ଖୁସି ପ୍ରକଟ କରିଛନ୍ତି। ପ୍ରତ୍ୟେକ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଟନେଲ୍ ଭିତରେ ସେମାନଙ୍କ ସଂଘର୍ଷ ପୂର୍ଣ୍ଣ ଜୀବନ ବିଷୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ସେମାନଙ୍କ ଠାରୁ ଶୁଣିଥିଲେ। ପରେ ସେମାନଙ୍କୁ ବାସ୍ତବରେ ଜଣେ ଜଣେ ହିରୋ ବୋଲି କହିଛନ୍ତି ନବୀନ। ପ୍ରତିକୂଳ ପରିସ୍ଥିତିରେ ଜୀବନ ସଂଗ୍ରାମରେ ବିଜୟ ପ୍ରେରଣା ଦାୟୀ ବୋଲି ସେ କହିଛନ୍ତି।

ଆଜିର ସାକ୍ଷାତ ସମୟରେ ଶ୍ରମ ମନ୍ତ୍ରୀ ଶ୍ରୀ ସାରଦା ପ୍ରସାଦ ନାୟକ ଉପସ୍ଥିତ ଥିଲେ। ମନ୍ତ୍ରୀ ସେମାନଙ୍କ ଉଦ୍ଧାର କାର୍ଯ୍ୟ ପାଇଁ ଉତ୍ତରାଖଣ୍ଡ ଯିବା ସହ ସମସ୍ତଙ୍କୁ ଧରି ଓଡ଼ିଶା ଫେରି ଥିଲେ। ପ୍ରକାଶ ଯେ 5T ଅଧ୍ୟକ୍ଷ କାର୍ତ୍ତକ ପାଣ୍ଡିଆନ ଗୁରୁବାର ସେମାନଙ୍କ ସହ ଭିଡ଼ିଓ ଜରିଆରେ ଆଲୋଚନା କରି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.