ବନ୍ୟା ଦ୍ୱାରା ଜଳବନ୍ଦୀରେ ୪ ଲକ୍ଷ ଲୋକ, ୨୨୭ଟି ରିଲିଫ କେନ୍ଦ୍ରରେ ୧ଲକ୍ଷରୁ ଅଧିକ ଲୋକଙ୍କୁ ଦିଆଯାଉଛି ରନ୍ଧାଖାଦ୍ୟ

ଭୁବନେଶ୍ୱର(କେନ୍ୟୁଜ୍): ବନ୍ୟା ଦ୍ୱାରା ୧୩ଟି ଜିଲ୍ଲାର ୭୧ଟି ବ୍ଲକ କ୍ଷତିଗ୍ରସ୍ତ ହୋଇଛି । ଏଥିରେ ୨ ହଜାର ୧୪୯ଟି ଗାଁ ପ୍ରଭାବିତ ହୋଇଛି । ରାଜ୍ୟର ୬୪୨ଟି ଗାଁ ଜଳଘେରରେ ରହିଥିବା ବେଳେ ୪ ଲକ୍ଷ ଲୋକ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି । ଏହିସବୁ ଅଞ୍ଚଳରେ ୨୨୭ଟି ରିଲିଫ କେନ୍ଦ୍ରରେ ୧ଲକ୍ଷରୁ ଅଧିକ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବନ୍ୟାଞ୍ଚଳରେ ୧୫୯ଟି ମେଡିକାଲ ରିଲିଫ୍‌ କେନ୍ଦ୍ର ଖୋଲାଯାଇଛି । ୧୧୦ଟି ମୋବାଇଲ ହେଲଥ୍‌ ଟିମ୍‌ ମୁତୟନ କରାଯାଇଥିବା ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.