ରାଜ୍ୟ

ଜମିବାଡି ବିବାଦ: ପରିବାରର ୪ ଜଣଙ୍କୁ ବୀଭତ୍ସ ହତ୍ୟା, ଘର ଭିତରୁ ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ

ବରଗଡ଼ (କେନ୍ୟୁଜ): ବରଗଡ଼ ଜିଲ୍ଲା ଭଟଲି ଥାନା ଅନ୍ତର୍ଗତ ଝିକଝିକି ଗାଁରେ ଘଟିଛି ଅଭାବନୀୟ ଘଟଣା। ଜମିବାଡି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାରର ୪ଜଣଙ୍କୁ ହତ୍ୟା କରାଯାଇଛି । ଘର ଭିତରୁ ମିଳିଛି ୪ଜଣଙ୍କର ମୃତଦେହ । ଘଟଣାସ୍ଥଳରେ ଭଟଲି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଖବର ଅନୁଯାୟୀ, ଗୋଟିଏ ପରିବାରର ୪ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ହତ୍ୟାକାରୀ ଦାଦା ସମସ୍ତ ୪ଜଣଙ୍କୁ ହତ୍ୟା କରିଥିବା ଜଣାପଡିଛି । ପୁତୁରା, ବୋହୂ ଏବଂ ଦୁଇ ପିଲାଙ୍କୁ ବି ଛାଡିଲାଣି ଅଭିଯୁକ୍ତ । ଘର ଭିତରେ ୪ଜଣଙ୍କ ମୃତଦେହ ରକ୍ତାକ୍ତ ଅବସ୍ଥାରେ ପଡିରହିଥିଲା ।

ସେପଟେ ଯାହାର ସୂଚନା ପାଇ ଭଟଲି ଥାନା ପୋଲିସ ଘଟଣାସ୍ଥଳରେ ଛାନ୍‌ଭିନ୍‌ ଆରମ୍ଭ କରିଛି । ଆବଶକ୍ୟ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ମଧ୍ୟ ସହଯୋଗ ନେଇପାରେ ପୋଲିସ । ଅଭିଯୁକ୍ତ ଦାଦା ସଂକୀର୍ତ୍ତନ ବାଗ୍‌ ଘଟଣା ପରଠାରୁ ଫେରାର ଥିବା ଜଣାପଡିଛି । ପୋଲିସ ବିଭିନ୍ନ ଟିମ୍‌ ଗଠନ କରି ଅନେକ ସ୍ଥାନରେ ଚଢାଉ କରୁଛି । ଅଭିଯୁକ୍ତ ଗିରଫ ପରେ ହତ୍ୟାର ସଠିକ୍‌ ଜଣାପଡିବ ବୋଲି ପୋଲିସ ଆଶା ରଖିଛି ।

Barsha

Recent Posts

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

16 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

41 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

45 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

48 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

54 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

1 hour ago