Below header

ସକ୍ରିୟ ରହିଛି ଲଘୁଚାପ: ଆହୁରି ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ସକ୍ରିୟ ଅଛି ସୁଦୃଶ୍ୟ ଲଘୁଚାପ । ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ସକାଳ ୮ଟା ୩୦ ଯାଏ ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସକ୍ରିୟ ଅଛି ସୁଦୃଶ୍ୟ ଲଘୁଚାପ । ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । େଓ୍ଵଲ୍‌ ମାର୍କଡ ଲୋ ପ୍ରେସର ଏବେ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ର-ଦକ୍ଷିଣ ଓଡ଼ିଶା ଉପକୂଳରେ କେନ୍ଦ୍ରୀଭୂତ ରହିଛି । ଏହା ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଲଘୁଚାପ ପ୍ରଭାବରେ ଆହୁରି ୪ ଦିନ ରାଜ୍ୟରେ ବର୍ଷା ହେବ । ଆଜି ଦକ୍ଷିଣ ଓ଼ଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସକାଳ ୮ଟା ୩୦ ଯାଏ ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ସେହିପରି ନୂଆପଡ଼ା, ଗଜପତି, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଓ ବଲାଙ୍ଗିରକୁ ଦିଆଯାଇଛି ୟେଲୋ ଓ୍ଵାର୍ଣ୍ଣିଂ । ଲଗାଣ ବର୍ଷାରେ ପୁଣି ବାହ୍ୟ ଜଗତରୁ ବିଛିନ୍ନ ହୋଇଛି ମାଲକାନଗିରି ଜିଲ୍ଲା l ଜନଜୀବନ ବାଧାପ୍ରାପ୍ତ ହୋଇଛି । ବିଭିନ୍ନ ପୋଲ ଉପରେ ପାଣି ପ୍ରବାହିତ ହେଉଥିବାରୁ ଯାତାୟାତ ଠପ୍‌ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.