ଆଉ ୪ଟି ଗେଟ ଖୋଲିଲା ହୀରାକୁଦ, ମୋଟ୍‌ ୧୨ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି

ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି । ଫୁଲିଛି ମହାନଦୀ । ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍‌। ଏବେ ମୋଟ୍‌ ୧୨ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ବାମ ପାର୍ଶ୍ୱର ୮ଟି ଓ ଡାହାଣ ପାର୍ଶ୍ୱର ୪ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି।

ସମ୍ବଲପୁର (କେନ୍ୟୁଜ): ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି । ଫୁଲିଛି ମହାନଦୀ । ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍‌। ଏବେ ମୋଟ୍‌ ୧୨ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ବାମ ପାର୍ଶ୍ୱର ୮ଟି ଓ ଡାହାଣ ପାର୍ଶ୍ୱର ୪ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି।

ପୂର୍ବରୁ ୮ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା। ବର୍ତ୍ତମାନ ଡ୍ୟାମର ଜଳସ୍ତର ରହିଛି ୬୧୪. ୦୪ ଫୁଟ୍‌ । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ଭିତରକୁ ପ୍ରବେଶ କରୁଛି ୧ ଲକ୍ଷ ୫୦ ହଜାର ୭୯୯ କ୍ୟୁସେକ୍‌ ପାଣି । ନିଷ୍କାସିତ ହେଉଛି ୧ଲକ୍ଷ ୫୮ହଜାର ୮୨୫କ୍ୟୁସେକ ଜଳ। ହୀରାକୁଦ ପାଣି ଛାଡ଼ିଥିବାରୁ ମହାନଦୀ ଅବବାହିକାରେ ଥିବା ଜିଲ୍ଲାଗୁଡ଼ିକ ଆଲର୍ଟରେ ଅଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.