୪ ହାର୍ଡକୋର ମାଓବାଦୀଙ୍କ ଆତ୍ମ ସମର୍ପଣ, ସମସ୍ତଙ୍କ ନାଁରେ ୮ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା ହୋଇଥିଲା

ମାଲକାନଗିରି : ୪ ହାର୍ଡକୋର ମାଓବାଦୀଙ୍କ ଆତ୍ମ ସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲା ପୋଲିସକୁ ବଡ଼ ସଫଳତା । ନାରାୟଣପୁର ଏସପିଙ୍କ ନିକଟରେ ଆତ୍ମସମର୍ପଣ କଲେ ୪ ହାର୍ଡକୋର ମାଓବାଦୀ । ସମସ୍ତଙ୍କ ନାଁରେ ୮ ଲକ୍ଷ ଟଙ୍କା ପୁରସ୍କାର ରାଶି ଥିଲା । ପୋଲିସର ଆତ୍ମସମର୍ପଣ ନୀତିରେ ଆକର୍ଷିତ ହୋଇ ଦ୍ଵସି କ୍ୟାଡ଼ରର ୪ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି । ଅନେକ ମାଓବାଦୀ ହିଂସାକାଣ୍ଡ ରେ ଏହି ୪ ମାଓବାଦୀଙ୍କ ସମ୍ପୃକ୍ତ ଥିଲା । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ପୋଲିସ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦିଆଯିବ ବୋଲି ନାରାୟଣପୁର SP ସୂଚନା ଦେଇଛନ୍ତି ।
ସୂଚନା ଯୋଗ୍ୟ କିଛି ଦିନ ତଳେ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ SPଙ୍କ ନିକଟରେ ୧୩ ଜଣ ମାଓବାଦୀ ଆତ୍ମସମର୍ପଣ କରିଥିଲେ । ଦୀର୍ଘ ବର୍ଷ ହେବ ମାଓ ସଙ୍ଗଠନର ଅନେକ ହିଂସାକାଣ୍ଡରେ ସାମିଲ ଥିଲେ । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୨ ଜଣ ମହିଳା ଥିଲେ । ଟପ ମାଓ ନେତା CCM ଉଦୟର ଅଙ୍ଗରକ୍ଷୀ ମୁନ୍ନା ଏବଂ ସୁଖରାମ ନାଁରେ ୫ ଲକ୍ଷ ଟଙ୍କା ପୁରସ୍କାର ଥିଲା । ଆତ୍ମସମର୍ପଣ ପରେ ସେମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ ପାଇଁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ । ପ୍ରୋତ୍ସାହନ ରାଶି ହିସାବରେ ସମସ୍ତଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଦିଆଯାଇଥିଲା ।