Below header

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ପୁଣି ରାଜଧାନୀରେ ଫୁଟିଲା ଗୁଳି, ୪ ଆହତ

ଭୁବନେଶ୍ବର(କେନ୍ୟୁଜ୍):  ପୁଣି ରାଜଧାନୀରେ ଫୁଟିଲା ଗୁଳି । ଭୁବନେଶ୍ୱର ୟୁନିଟ୍‌-୬ରେ ହୋଇଛି ଗୋଷ୍ଠୀ ସଂଘର୍ଷ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମୁହାଁମୁହିଁ ହୋଇଛନ୍ତି ଦୁଇ ଗୋଷ୍ଠୀ । ଏହି ସମୟରେ  ଫାଙ୍କା ଗୁଳିଚାଳନା ବି ହୋଇଛି । ଗୋଷ୍ଠୀ ସଂଘର୍ଷରେ ୪ ଜଣ ଆହତ ହୋଇଥିବାର ସୂଚନା ମିଳିଛି ।  ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.