ରାଜ୍ୟ

ବୋଲେରୋ ସହ ୪ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ମୋହନା(କେ.ନ୍ୟୁଜ୍‌): ଗଜପତି ଜିଲ୍ଲା ମୋହନା ଥାନା ପୋଲିସ ସ୍ଥାନୀୟ ଲୁଡ଼ୁରୁ ଛକ ନିକଟରେ ପ୍ୟାଟ୍ରୋଲିଂ କରିବା ବେଳେ ଏକ ବୋଲୋରା(WB-37-D-4700)ରୁ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ପରିମାଣ ୪ କ୍ୱିଣ୍ଟାଲ ୪ ଶହ ୬୮ କେଜି ୫୦୦ ଗ୍ରାମ ବୋଲି ଜଣାଯାଇଛି। ୧୪ଟି ବସ୍ତାରେ ଏହି ଗଞ୍ଜେଇ ରାୟଗଡ଼ାରୁ ପଶ୍ଚିମବଙ୍ଗ ଚାଲାଣ ହେଉଥିଲା।

ଗଞ୍ଜେଇଚାଲାଣ ଅଭିଯୋଗରେ ପୋଲିସ ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲ୍ଲା ଆସାନସୋଲ ଅଞ୍ଚଳର ଗୌତମ ଲୋ ଓ ତପନ ରାୟଙ୍କୁ ଗିରଫ କରିଛି। ତେବେ ସଟଡାଉନ ବେଳେ କିଭଳି ଏହି ଗଞ୍ଜେଇ ଚାଲାଣ ହେଉଥିଲା ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ଚଢ଼ାଉରେ ମୋହନା ତହସିଲଦାର କଲ୍ୟାଣୀ ସଂଘମିତ୍ରା ଦେବୀ ମାଜିଷ୍ଟ୍ରେଟ ଦାୟିତ୍ୱ ରେ ଥିବାବେଳେ ପୋଲିସ ଗିରଫ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ସୁଜିତ ନାୟକ ସୂଚନା ଦେଇଛନ୍ତି। କିଛି ଦିନ ତଳେ ଏକ ଅଡିଓ ରେକର୍ଡିଙ୍ଗ ଭାଇରାଲ ହେବା ପରେ ପୋଲିସ ପକ୍ଷରୁ ଘନ ଘନ ଚଢ଼ାଉ ଜାରି ରହିଛି। କିନ୍ତୁ ଆଜି ପର୍ଯ୍ୟନ୍ତ ଭାଇରାଲ ଅଡିଓରେ ପୋଲିସ ନାମ ରେ ଧମକାଉଥିବା ଅଂଶୁ ନାମକ ଯୁବକ ଧରା ପଡ଼ିନାହିଁ।

WCW 11

Recent Posts

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

10 seconds ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

3 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

10 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

35 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

44 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago