ଥମିବାର ନାଁ ନେଉନି କରୋନା, ଆଜି ଭୁବନେଶ୍ଵରରେ ପୁଣି ୪୦୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ୟୁଜ୍(ବ୍ୟୁରୋ): ଭୁବନେଶ୍ବରରେ ଦିନକୁଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜଧାନୀର ବିଭିନ୍ନ ୱାର୍ଡରୁ ଆଜି ୪୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୪୨୫ରେ ପହଂଚିଛି । ଆଜି ଭୁବନେଶ୍ୱରରେ ୨୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣେ ଲୋକଙ୍କର ମୃତ୍ୟୁ ହୋଇଛି। ବିଏମସି ତରଫରୁ ଏହି ସୂଚନା ଦିଆଯାଇଛି।


ବିଏମ୍‌ସି ସୂଚନା ଅନୁସାରେ ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ହଜାର ୪୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୬ ହଜାର ୩୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ୪ ହଜାର ୩୮ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ଥିବା ବେଳେ ୪୨ ଜଣଙ୍କର ମୃତ୍ୟୁ ହୋଇଥିବା ବିଏମସି ତରଫରୁ ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.