ରାଜ୍ଯରେ ଆଜି ୪୦୭ କରୋନା ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୧୮୨୦କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଜି ୪୦୭ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୨୩୬, ଏବଂ ଲୋକାଲ୍ କେସରୁ ୧୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ହଜାର ୭୯୬ କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୧୯ ହଜାର ୮୫୦। ଆକ୍ଟିଭ କେସ୍‌ ରହିଛି ୩ ହଜାର ୦୭୩।

 ଅନ୍ଯପଟେ, ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏମାନଙ୍କ ଭିତରୁ ଅନୁଗୁଳ,ବାଲେଶ୍ବର,ବଲାଙ୍ଗିର,କଟକ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୮୨୦କୁ ବୃଦ୍ଧି ପାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.