ରାଜ୍ୟ

ଆଜି ରାଜ୍ୟରେ ଗତ ୨୪ ଘଣ୍ଟାରେ ଗଲା ୪୪ ଜଣଙ୍କ ଜୀବନ

ଭୁବନେଶ୍ବର (କେନ୍ୟୁଜ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ବୌଦ୍ଧ , ଢେଙ୍କାନାଳ , ଗଞ୍ଜାମ, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୬୧୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୯୨୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୯୬୭୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୩୩୪୬ଙ୍କ ଜୀବନ ଯାଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି।

 

 

 

 

Pritiparna

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago