ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୭ କରୋନା ପଜିଟିଭ ଚିହ୍ନଟ, ୪ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର(କେନ୍ୟୁଜ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭିଟି ରେଟ୍ ରହିଛି ୦.୬୪ ପ୍ରତିଶତ ।

ଖୋର୍ଦ୍ଧାରୁ ୧୮୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକି ମୋଟ ଆକ୍ରାନ୍ତଙ୍କ ୪୦.୨୬ ପ୍ରତିଶତ । ୪୪୭ ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୭୮ ଜଣ । ୨୪ ଘଣ୍ଟାରେ ୬୯ ହଜାର ୧୬୧ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍ କେସ୍ ରହିଛି ୪ ହଜାର ୫୪୨ ଜଣ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.