ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ, ୬ ମୃତ

ଭୁବନେଶ୍ୱର(କେନ୍ୟୁଜ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ, ୬ ମୃତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୬୮୩୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୭ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮୧ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୨୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯୬ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ୍‌ ପୁଲ୍‌ରୁ ୪୪ଜଣ ରହିଛି ।

Leave A Reply

Your email address will not be published.