ରାଜ୍ୟ

ସମ୍ବଲପୁର ସହରରେ କୋହଳ ହେଲା କର୍ଫ୍ୟୁ, ଆଉ ୪୮ଘଣ୍ଟା ଇଣ୍ଟରନେଟ୍ ସେବା ଠପ୍

ସମ୍ବଲପୁର (କେନ୍ୟୁଜ): ସମ୍ବଲପୁରକୁ ଫେରୁଛି ଶାନ୍ତି । ସ୍ଥିତି ଅଧିକ ସ୍ୱାଭାବିକ ହେବାରେ ଲାଗିଛି। ଅଧିକ କୋହଳ ହୋଇଛି କର୍ଫ୍ୟୁ । ଦିନରେ କଟକଣା ହଟିଥିବାବେଳେ ଜୀବନ ଯାତ୍ରା ସ୍ୱାଭାବିକ ଚାଲିଛି। ସହରର ସମସ୍ତ ଦୋକାନ ବଜାର ଖୋଲା ରହିଛି। କିନ୍ତୁ ନାଇଟ୍‌ କର୍ଫ୍ୟୁ ଜାରି ରହିଛି। କର୍ପ୍ୟୁ କୋହଳ କରାଯାଇଥିଲେ ବି ଇଣ୍ଟରନେଟ୍‌ ସେବା ବନ୍ଦ ରଖାଯାଇଛି। ଆଉ ୨ ଦିନ ଅବଧି ବୃଦ୍ଧି କରାଯାଇଛି। ହେଲେ ଲିଜ୍‌ ଲାଇନ୍‌ ଓ ବ୍ରଡ ବ୍ୟାଣ୍ଡ ସେବା ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏ ଖୋଲା ରହିବ। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସହରରେ କିପରି ସଂପୂର୍ଣ୍ଣ ଶାନ୍ତି ଫେରିବା ସେନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି। ଆଜି ରାଜସ୍ୱ କମିଶନରଙ୍କ ଅଧ୍ୟକ୍ଷତାରେ ଶାନ୍ତି କମିଟି ବୈଠକ ବସିବ। ବୈଠକରେ ଯୋଗଦେବେ ସହରର ବିଭିନ୍ନ ବର୍ଗର ଲୋକ। ଜିଲ୍ଲାପାଳ ଓ ଏସପି ମଧ୍ୟ ଉପସ୍ଥିତ ରହି ଆଲୋଚନା କରିବେ। ଦୀର୍ଘ ୧ ସପ୍ତାହ ଧରି ସହରରେ ଲାଗିରହିଥିବା ଅଚଳାବସ୍ଥା ଦୂର ଓ ଶାନ୍ତି ପ୍ରତିଷ୍ଠା ପାଇଁ ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି ।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago