Below header

ମୟୁରଭଞ୍ଜ ଆଗରିଆ ଠାରେ ଟ୍ରଲରକୁ ସାମ୍ନାପଟୁ ଧକ୍କା ଦେଲା ବସ୍‌ : ୪ମୃତ, ୭ରୁ ଉର୍ଦ୍ଧ୍ୱ ଗୁରୁତର

ମୟୁରଭଞ୍ଜ(କେନ୍ୟୁଜ୍) : ମର୍ମନ୍ତୁଦ ସଡକ ଦୁର୍ଘଟଣା ନେଲା ୪ ଜୀବନ। ମୟୁରଭଞ୍ଜ ଜିଲ୍ଲା ୧୮ ନମ୍ବର ଜାତୀୟ ରାଜପଥ ଆଗରିଆ ଠାରେ ଏହି ଦୁର୍ଘଟଣା ଘଟିଛି। ଗତକାଲି ରାତିରେ ବସ୍‌ଟି ଭୁବନେଶ୍ୱରରୁ ବାରିପଦା ଆସୁଥିବାବେଳେ ରାସ୍ତା କଡରେ ଛିଡା ହୋଇଥିବା ଏକ ଟ୍ରଲରକୁ ସାମ୍ନାପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିଲା। ୭ରୁ ଉର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ବେତନଟୀ ଓ ପରେ ବାରିପଦା ମେଡିକାଲ କଲେଜରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ। ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର‌୍ୟ୍ୟ ଜାରି ରଖିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.