Below header

ଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନ, ଆସନ୍ତାକାଲି ଲାଗି ହେବ ଫୁଲୁରୀ ତେଲ

ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ମହାପ୍ରଭୁ ଏବେ ଜ୍ଵରରେ ପୀଡିତ ହୋଇ ଅନବସରରେ ଅଛନ୍ତି । ଅଣସର ପିଣ୍ଡିରେ ପାରମ୍ପରିକ ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କ ଗୁପ୍ତ ଉପଚାର କରାଯାଉଛି । ଆଜି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ଫିଟା ନୀତି । ଓଦା ବସ୍ତ୍ର ଓଲାଗି କରିବେ ଦଇତାପତି ସେବାୟତ ।

ପୁରୀ(): ଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନ । ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ମହାପ୍ରଭୁ ଏବେ ଜ୍ଵରରେ ପୀଡିତ ହୋଇ ଅନବସରରେ ଅଛନ୍ତି । ଅଣସର ପିଣ୍ଡିରେ ପାରମ୍ପରିକ ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କ ଗୁପ୍ତ ଉପଚାର କରାଯାଉଛି । ଆଜି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ଫିଟା ନୀତି । ଓଦା ବସ୍ତ୍ର ଓଲାଗି କରିବେ ଦଇତାପତି ସେବାୟତ ।

ଆସନ୍ତାକାଲି ଲାଗି ହେବ ଫୁଲୁରୀ ତେଲ। ବଡ଼ ଓଡ଼ିଆ ମଠ ପକ୍ଷରୁ ଏହି ତେଲ ପ୍ରସ୍ତୁତି କରାଯାଇଥାଏ। ଶନିବାର ଠାରୁ ମହାପ୍ରଭୁଙ୍କୁ ଓଷ ଲାଗି ହେବ। ସେପଟେ ଅଣସର ସମୟରେ ଦୁଇ ବେଳା ମହାପ୍ରଭୁଙ୍କ ପଣା ଭୋଗ ଓ ଚକଟା ଭୋଗ ଅର୍ପଣ କରିବା ବିଧି ରହିଛି।

ଏପଟେ ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ଆଜି ମହାରଣା ସେବକଙ୍କ ଦ୍ୱାରା ୩ ରଥର ପୋଟଳ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଆଜି ତିନିରଥ ବାହ୍ମ ଅଂଶ ଗୁଡିକର ରଙ୍ଗ ପାଇଁ ଚକ, ଗୁଜ, ଦଣ୍ଡା ଇତ୍ୟାଦିରେ ପ୍ରାଇମର ଦେବା ଆରମ୍ଭ କରିଛନ୍ତି । ଦୋଳବେଦୀ କମାର ଶାଳରେ ଓଝା ସେବକ ମାନେ ବାଗିଆ କଣ୍ଟା, ଗୋଡି ସାଲ କଣ୍ଟା ନିର୍ମାଣ ଜାରି ରଖିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.