ବାବା ଧବଳେଶ୍ବର ପୀଠରେ ଶ୍ରାବଣ ମାସର ଚତୁର୍ଥ ସୋମବାର

ଆଠଗଡ଼ : ଆଠଗଡ଼, ପବିତ୍ର ଶ୍ରାବଣ ମାସର ଚତୁର୍ଥ ସୋମବାରରେ ଆଠଗଡ଼ ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠରେ ରାତ୍ର ୨ଟାରେ ମନ୍ଦିରର ଦ୍ଵାର ଫିଟାଯାଇ ସମସ୍ତ ରୀତିନୀତି ସମାପନ କରାଯାଇ ସର୍ବସାଧାରଣଙ୍କ ଦର୍ଶନ ସହିତ କାଉଡ଼ିଆ ମାନେ ଜଳଲାଗି କରିଥିଲେ । ବଡ଼ସିଂହାର ବେଶରେ ବାବା ଧବଳେଶ୍ବର ଦର୍ଶନ ଦେଉଥିବା ବେଳେ ପିଠକୁ ସଂଯୋଗ କରୁଥିବା ସ୍ଥାୟୀ କଂକ୍ରିଟ ସେତୁ ଦେଇ ଶ୍ରାବଣୀ ଲିଙ୍ଗରେ  ଜଳଲାଗି କରିଛନ୍ତି ହଜାର ହଜାର କାଉଡ଼ିଆ ।

ପ୍ରଶାସନ ପକ୍ଷରୁ ବ୍ୟାରିକେଟ ବ୍ୟବସ୍ଥା କରାଯିବା ସହ ଭିଡକୁ ଦୃଷ୍ଟିରେ ରଖି ପିଠ ମଧ୍ୟକୁ ବାହୁଙ୍ଗିକୁ ସମ୍ପୁର୍ଣ୍ଣ ବାରଣ କରାଯାଇଛି।  କଂକ୍ରିଟ ସେତୁ ପୂର୍ବରୁ କାଉଡିଆ ମାନେ ବାହୁଙ୍ଗି ରଖି କେବଳ ଜଳକଳଷ ଧରି ପୀଠ ଭିତରକୁ ପ୍ରବେଶ କରି ବାବା ଧବଳେଶ୍ୱରଙ୍କ ଶ୍ରାବଣୀ ଲିଙ୍ଗରେ ଜଳ ଲାଗି କରିଛନ୍ତି ।  ଚଳିତ ବର୍ଷ ପୂଜକ ସମିତି ଏବଂ ପ୍ରଶାସନ ପକ୍ଷରୁ କାଉଡ଼ିଆ ଆଣୁଥିବା ପ୍ଲାଷ୍ଟିକ କଳସିକୁ ପୀଠ ମଧ୍ୟକୁ ସମ୍ପୁର୍ଣ୍ଣ ବାରଣ କରାଯାଇଛି କେବଳ ମାଟି କିମ୍ବା ପିତଳ କିମ୍ବା ତମ୍ବା କଳସରେ ଜଳ ଆଣିବା ପାଇଁ ଆବେଦନ କରାଯାଇଛି। ସେପଟେ ଭିଡ଼କୁ ଦୃଷ୍ଟିରେ ରଖି ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିଶ ଫୋର୍ସ ମୃତୟନ କରାଯାଇଛି  ।

You might also like